ପରିବା ଢାଳି ରାସ୍ତା ଅବରୋଧ

ଝାରସୁଗୁଡ଼ା ଅଫିସ,୭ା୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ୩ ସପ୍ତାହ ପାଇଁ ଜିଲାର ୭୭ ସାପ୍ତାହିକ ବଜାର ବନ୍ଦ ଘୋଷଣା କରିଛନ୍ତି। ଏହାକୁ ନେଇ ବ୍ୟବସାୟୀ ଓ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଝାରସୁଗୁଡା ବଜାରରେ ଏହାର ପ୍ରତିଫଳନ ମଙ୍ଗଳବାର ଦେଖିବାକୁ ମିଳିଛି। ଏହି ବଜାର ଝାରସୁଗୁଡ଼ାର ଏକମାତ୍ର ପରିବା ମଣ୍ଡି। ଏଠାରେ ଚାଷୀମାନେ ଦୈନିକ ପରିବା ବିକ୍ରି କରନ୍ତି। ଏହାକୁ ଝାରସୁଗୁଡ଼ା ପୌର ପରିଷଦ ତରଫରୁ ଗତ ଶନିବାରଠାରୁ ବନ୍ଦ କରିଦିଆଯାଇଛି ା ଏହି ମଣ୍ଡି ବ୍ୟବସାୟୀ ଓ ଚାଷୀମାନଙ୍କୁ ଝାରସୁଗୁଡ଼ା ସହରର କାଳୀମନ୍ଦିର ରୋଡ୍‌, ସରବାହାଲ ଓ ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତା ପାର୍ଶ୍ୱରେ ବସି ପରିବା ବିକ୍ରିପାଇଁ ନିର୍ଦ୍ଦେଶ ରହିଛି। ତଦନୁଯାୟୀ ବ୍ୟବସାୟୀ ଓ ଚାଷୀମାନେ ସହରର ବିଭିନ୍ନ ସ୍ଥାନରେ ୨ଦିନ ଧରି ପରିବା ବିକ୍ରି କରିଥିଲେ। ହେଲେ ଏଥିରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏଭଳି ସ୍ଥିତିରେ ଭୋର ୫ଟାରେ ସେମାନେ ପୂର୍ବଭଳି ବଜାରରେ ବ୍ୟବସାୟ କରିବା ପାଇଁ ବାହାରିଥିଲେ। ଖବରପାଇ ପୋଲିସ ପହଞ୍ଚତ୍ ଏହାକୁ ବାରଣ କରିଥିଲା। ଫଳରେ ମଣ୍ଡି ବ୍ୟବସାୟୀ, ଚାଷୀ ଓ ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ପ୍ରତିବାଦରେ ସହରର ମୁଖ୍ୟରାସ୍ତାରେ ବ୍ୟବସାୟୀ ଓ ଚାଷୀମାନେ ପରିବା ଢାଳି ଧାରଣାରେ ବସିଥିଲେ। ଫଳରେ ଉକ୍ତ ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଏହି ସମୟରେ ପୋଲିସ ସେମାନଙ୍କୁ ମାଡ଼ ମାରିଥିବା ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି। ଖବରପାଇ ପୌର ପରିଷଦ ନିର୍ବାହୀ ଅଧିକାରୀ ଯୋଗେନ୍ଦ୍ର ମାଝି, ଏସ୍‌ଡିପିଓ କୈଳାସ ଆଚାର୍ଯ୍ୟ ପ୍ରମୁଖ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ହେଲେ ସେମାନେ ନିଜ ଜିଦ୍‌ରେ ଅଟଳ ରହିଥିଲେ। ପରେ ଗୋଟିଏ ଦିନ ପାଇଁ ଏହି ସାପ୍ତାହିକ ବଜାରରେ ପୂର୍ବଭଳି ବ୍ୟବସାୟ କରିବା ପାଇଁ ପୌର ପରିଷଦ ନିର୍ବାହୀ ଅଧିକାରୀ ମାଝି ଅନୁମତି ଦେଇଥିଲେ। ଏ ନେଇ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏଥିରେ ଉପଜିଲାପାଳ ଶିବ ଟପ୍ପୋ, ପୌର ପରିଷଦ ନିର୍ବାହୀ ଅଧିକାରୀ ମାଝି ଓ ବ୍ୟବସାୟୀ ଉପସ୍ଥିତ ଥିଲେ। ଆଲୋଚନା ଅନୁଯାୟୀ ସକାଳୁ ମଣ୍ଡି ବ୍ୟବସାୟୀମାନେ ଆସି ଖୁଚୁରା ବ୍ୟବସାୟୀଙ୍କୁ ପରିବା ଦେବେ। ଖୁଚୁରା ବ୍ୟବସାୟୀ ଏହାକୁ ନେଇ ସହରର ବିଭିନ୍ନ ସ୍ଥାନରେ ବସି ପୂର୍ବଭଳି ବିକ୍ରି କରିବେ ବୋଲି ସ୍ଥିର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri