ବାଇପାସ୍‌ ଛକରେ ଘଣ୍ଟାଏ ରାସ୍ତାରୋକ

ଡେଙ୍କାନାଳ ଅଫିସ୍‌,୧୮।୪: ଢେଙ୍କାନାଳ ସଂସଦୀୟ କ୍ଷେତ୍ର ମଧ୍ୟଦେଇ ଯାଇଥିବା ୫୫ ଓ ୧୪୯ ନମ୍ବର ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରେ ଅହେତୁକ ବିଳମ୍ବ ହେଉଛି। ଏହାର ପ୍ରତିବାଦରେ ସୋମବାର ପୂର୍ବାହ୍ନ ୮ଟାରୁ ୯ଟା ପର୍ଯ୍ୟନ୍ତ ୧ ଘଣ୍ଟା ଧରି ଢେଙ୍କାନାଳ କଲେଜ ବାଇପାସ୍‌ ଛକରେ ରାଜପଥ ଅବରୋଧ କରାଯାଇଥିଲା। ଏମ୍‌ପି ମହେଶ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଆନ୍ଦୋଳନରେ ଢେଙ୍କାନାଳ ସଚେତନ ନାଗରିକ ଫୋରମ ସମେତ ବିଭିନ୍ନ ସଙ୍ଗଠନ ଓ ବୁଦ୍ଧିଜୀବୀ, ଅଞ୍ଚଳବାସୀ ସାମିଲ ହୋଇଥିଲେ।
ପ୍ରକାଶ ଯେ, ଢେଙ୍କାନାଳ ଦେଇ ଯାଇଥିବା କଟକ- ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ଓ ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ଛକ ଠାରୁ କେନ୍ଦୁଝର ଜିଲାକୁ ସଂଯୋଗ କରୁଥିବା ୧୪୯ ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ଓ ଅବହେଳା କରାଯାଉଛି। ନିର୍ଦ୍ଧାରିତ ସମୟ ଅତିକ୍ରାନ୍ତ ହୋଇସାରିଥିଲେ ମଧ୍ୟ ଏହି ନିର୍ମାଣ କାର୍ଯ୍ୟ ଶେଷ ହେଉ ନ ଥିବାରୁ ଦୈନିକ ଦୁର୍ଘଟଣା ଘଟି ଧନ, ଜୀବନ ହାନି ହେଉଛି। ଗତ ଏକବର୍ଷ ମଧ୍ୟରେ ଏହି ରାଜପଥରେ ମୋଟ ୩୪୧ ଜଣଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ୧୨୪୬ ଜଣ ଗୁରୁତର ଆହତ ହୋଇଛନ୍ତି। ଏ ସମ୍ପର୍କରେ ଏମ୍‌ପି ମହେଶ ସାହୁ ୨ଥର ଲୋକ ସଭାରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜପଥ ଓ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଅବଗତ କରାଇଥିଲେ। ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ କେନ୍ଦ୍ର ରାଜପଥ ଓ ପରିବହନ ମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ। ଏସବୁ ସତ୍ତ୍ୱେ ରାଜପଥ ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହୋଇଛି। ଏ ନେଇ ଢେଙ୍କାନାଳର ବିଭିନ୍ନ ସଙ୍ଗଠନ ପକ୍ଷରୁ ବାରମ୍ବାର ଦୃଷ୍ଟି ଆକର୍ଷଣ ଏବଂ ଆନ୍ଦୋଳନ କରାଯିବା ପରେ ମଧ୍ୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଚେତୁନାହାନ୍ତି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ବଢୁଥିବା ବେଳେ ଏମ୍‌ପିଙ୍କ ନେତୃତ୍ୱରେ ଢେଙ୍କାନାଳ କଲେଜ ବାଇପାସ ଛକସ୍ଥିତ ୫୫ ନମ୍ବର ଜାତୀୟ ରାଜପଥକୁ ୧ ଘଣ୍ଟା ଧରି ଅବରୋଧ କରାଯାଇଥିଲା। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ଅନେକ ଯାନବାହାନ ଅଟକି ରହିଥିଲା। ଏହି ରାଜପଥ ଅବରୋଧରେ ଜିଲା ବସ୍‌ ମାଲିକ ସଂଘ ସଭାପତି ପ୍ରଭାକର ବେହେରା, ଯୁଗ୍ମ ସମ୍ପାଦକ ରୁଦ୍ର ନାରାୟଣ ତ୍ରିପାଠୀ, ଢେଙ୍କାନାଳ ସଚେତନ ନାଗରିକ ଫୋରମ ସଭାପତି ସୁରେନ୍ଦ୍ର ମିଶ୍ର, କାର୍ଯ୍ୟକାରୀ ସଭାପତି ବିଶ୍ୱନାଥ ବେହେରା, ସମ୍ପାଦକ ଭରତ ଦାସ, ସାମାଜିକ କର୍ମୀ ରାଜ କିଶୋର ବେହେରା, ତିଳୋତ୍ତମା ଚୌଧୁରୀ, ପ୍ରଶାନ୍ତ ଦାସ, ସଦାଶିବ ମହାପାତ୍ର, ସତ୍ୟନାରାୟଣ କର, ଲିୟାକତ ଅଲ୍ଲୀ, ମହେନ୍ଦ୍ର ସାହୁ, ଜିତେନ୍ଦ୍ର ପଟ୍ଟନାୟକ, ସୁଶାନ୍ତ ରାଉତ, ଶ୍ୟାମସୁନ୍ଦର ସାହୁ, ଦୁଷ୍ମନ୍ତ ମହାନ୍ତିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି, ପଞ୍ଚାୟତ ପ୍ରତିନିଧି ଓ ବିଭିନ୍ନ ସଙ୍ଗଠନ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri