ବାଇପାସ୍‌ ଛକରେ ଘଣ୍ଟାଏ ରାସ୍ତାରୋକ

ଡେଙ୍କାନାଳ ଅଫିସ୍‌,୧୮।୪: ଢେଙ୍କାନାଳ ସଂସଦୀୟ କ୍ଷେତ୍ର ମଧ୍ୟଦେଇ ଯାଇଥିବା ୫୫ ଓ ୧୪୯ ନମ୍ବର ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରେ ଅହେତୁକ ବିଳମ୍ବ ହେଉଛି। ଏହାର ପ୍ରତିବାଦରେ ସୋମବାର ପୂର୍ବାହ୍ନ ୮ଟାରୁ ୯ଟା ପର୍ଯ୍ୟନ୍ତ ୧ ଘଣ୍ଟା ଧରି ଢେଙ୍କାନାଳ କଲେଜ ବାଇପାସ୍‌ ଛକରେ ରାଜପଥ ଅବରୋଧ କରାଯାଇଥିଲା। ଏମ୍‌ପି ମହେଶ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଆନ୍ଦୋଳନରେ ଢେଙ୍କାନାଳ ସଚେତନ ନାଗରିକ ଫୋରମ ସମେତ ବିଭିନ୍ନ ସଙ୍ଗଠନ ଓ ବୁଦ୍ଧିଜୀବୀ, ଅଞ୍ଚଳବାସୀ ସାମିଲ ହୋଇଥିଲେ।
ପ୍ରକାଶ ଯେ, ଢେଙ୍କାନାଳ ଦେଇ ଯାଇଥିବା କଟକ- ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ଓ ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ଛକ ଠାରୁ କେନ୍ଦୁଝର ଜିଲାକୁ ସଂଯୋଗ କରୁଥିବା ୧୪୯ ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ଓ ଅବହେଳା କରାଯାଉଛି। ନିର୍ଦ୍ଧାରିତ ସମୟ ଅତିକ୍ରାନ୍ତ ହୋଇସାରିଥିଲେ ମଧ୍ୟ ଏହି ନିର୍ମାଣ କାର୍ଯ୍ୟ ଶେଷ ହେଉ ନ ଥିବାରୁ ଦୈନିକ ଦୁର୍ଘଟଣା ଘଟି ଧନ, ଜୀବନ ହାନି ହେଉଛି। ଗତ ଏକବର୍ଷ ମଧ୍ୟରେ ଏହି ରାଜପଥରେ ମୋଟ ୩୪୧ ଜଣଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ୧୨୪୬ ଜଣ ଗୁରୁତର ଆହତ ହୋଇଛନ୍ତି। ଏ ସମ୍ପର୍କରେ ଏମ୍‌ପି ମହେଶ ସାହୁ ୨ଥର ଲୋକ ସଭାରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜପଥ ଓ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଅବଗତ କରାଇଥିଲେ। ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ କେନ୍ଦ୍ର ରାଜପଥ ଓ ପରିବହନ ମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ। ଏସବୁ ସତ୍ତ୍ୱେ ରାଜପଥ ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହୋଇଛି। ଏ ନେଇ ଢେଙ୍କାନାଳର ବିଭିନ୍ନ ସଙ୍ଗଠନ ପକ୍ଷରୁ ବାରମ୍ବାର ଦୃଷ୍ଟି ଆକର୍ଷଣ ଏବଂ ଆନ୍ଦୋଳନ କରାଯିବା ପରେ ମଧ୍ୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଚେତୁନାହାନ୍ତି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ବଢୁଥିବା ବେଳେ ଏମ୍‌ପିଙ୍କ ନେତୃତ୍ୱରେ ଢେଙ୍କାନାଳ କଲେଜ ବାଇପାସ ଛକସ୍ଥିତ ୫୫ ନମ୍ବର ଜାତୀୟ ରାଜପଥକୁ ୧ ଘଣ୍ଟା ଧରି ଅବରୋଧ କରାଯାଇଥିଲା। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ଅନେକ ଯାନବାହାନ ଅଟକି ରହିଥିଲା। ଏହି ରାଜପଥ ଅବରୋଧରେ ଜିଲା ବସ୍‌ ମାଲିକ ସଂଘ ସଭାପତି ପ୍ରଭାକର ବେହେରା, ଯୁଗ୍ମ ସମ୍ପାଦକ ରୁଦ୍ର ନାରାୟଣ ତ୍ରିପାଠୀ, ଢେଙ୍କାନାଳ ସଚେତନ ନାଗରିକ ଫୋରମ ସଭାପତି ସୁରେନ୍ଦ୍ର ମିଶ୍ର, କାର୍ଯ୍ୟକାରୀ ସଭାପତି ବିଶ୍ୱନାଥ ବେହେରା, ସମ୍ପାଦକ ଭରତ ଦାସ, ସାମାଜିକ କର୍ମୀ ରାଜ କିଶୋର ବେହେରା, ତିଳୋତ୍ତମା ଚୌଧୁରୀ, ପ୍ରଶାନ୍ତ ଦାସ, ସଦାଶିବ ମହାପାତ୍ର, ସତ୍ୟନାରାୟଣ କର, ଲିୟାକତ ଅଲ୍ଲୀ, ମହେନ୍ଦ୍ର ସାହୁ, ଜିତେନ୍ଦ୍ର ପଟ୍ଟନାୟକ, ସୁଶାନ୍ତ ରାଉତ, ଶ୍ୟାମସୁନ୍ଦର ସାହୁ, ଦୁଷ୍ମନ୍ତ ମହାନ୍ତିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି, ପଞ୍ଚାୟତ ପ୍ରତିନିଧି ଓ ବିଭିନ୍ନ ସଙ୍ଗଠନ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri