ନିର୍ମାଣର ୨ ମାସ ନ ପୂରୁଣୁ ଦବିଗଲା

କୋକସରା,୩୦।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରାରୁ ଚିକିଲିକୁ ସଂଯୋଗୀକରଣ ପାଇଁ ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ କରାଯାଇଥିଲା। ହେଲେ କାର୍ଯ୍ୟ ସମ୍ପାଦନ ହେବାର ୨ ମାସ ମଧ୍ୟ ହୋଇ ନ ଥିବା ବେଳେ ଅନେକ ସ୍ଥାନରେ ରାସ୍ତା ଦବି ଯାଇଥିବା ବେଳେ ରାସ୍ତା କଡରେ ଥିବା ସୂଚନା ନିର୍ଦ୍ଦେଶ ପାଇଁ ରହିଥିବା ଖୁଣ୍ଟ ସବୁ ଭୁଷୁଡି ପଡିଛି। ସୂଚନା ମତେ, ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସୂଚନା ଫଳକ ଅନୁସାରେ ପ୍ୟାକେଜ ନମ୍ବର ଓଆର ୧୫/୪୯୪ ଅନୁସାରେ ୩.୨୦ କି.ମି. ରାସ୍ତା ନିର୍ମାଣ ପାଇଁ ଅଟକଳ ମୂଲ୍ୟ ୧ କୋଟି ୩୮ ଲକ୍ଷ ୧୦ ହଜାର ରହିଥିବା ବେଳେ କାର୍ଯ୍ୟ ସମ୍ପାଦନ କରିବାକୁ ଜ୍ୟୋତିର୍ର୍ମୟୀ ସିଂ ଏ ଶ୍ରେଣୀଭୁକ୍ତ ଠିକାଦାରଙ୍କୁ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଟେଣ୍ଡର ମିଳିଥିଲା। ରାସ୍ତା କାର୍ଯ୍ୟ ସମ୍ପାଦନ ପାଇଁ ୨୪।୮।୨୨ରୁ ୨୩।୫।୨୩ ପର୍ଯ୍ୟନ୍ତ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବିଭାଗୀୟ ନିର୍ଦ୍ଦେଶ ରହିଥିଲା। ତେବେ ଠିକାସଂସ୍ଥା ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପାଦନ କରିଥିଲେ ମଧ୍ୟ ନିମ୍ନମାନର କାର୍ଯ୍ୟ କରିଥିବା ନେଇ ସ୍ଥାନୀୟ ଲୋକମାନେ ଅଭିଯୋଗ କରିଥିଲେ। ଠିକାସଂସ୍ଥା ଓ ବିଭାଗୀୟ ଅଧିକାରୀଙ୍କ ଭିତରିଆ ସଲାସୁତୁରା ଥିବା ଯୋଗୁ ଅଧିକାରୀମାନେ ଗୁରୁତ୍ୱ ଦେଇ ନ ଥିଲେ। ଫଳରେ କାର୍ଯ୍ୟର ୨ ମାସ ନ ପୂରୁଣୁ ରାସ୍ତାର ଅନେକ ସ୍ଥାନରେ ଦବି ଯାଇଥିବା ଦେଖିବାକୁ ମିଳିଛି। ଏ ନେଇ ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ରାଜେନ୍ଦ୍ର ମାଝିଙ୍କ ପ୍ରତିକ୍ରିୟା ନେବାରୁ ଅତ୍ୟନ୍ତ ହାଳୁକା ଭାବେ ଘଟଣାକୁ ନେଇ ଠିକା ସଂସ୍ଥାକୁ କହି ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri