ରାସ୍ତା ଅବସ୍ଥା ଶୋଚନୀୟ: ଧାନତଳି ରୋଇ ପ୍ରତିବାଦ

ଉଦଳା,୧୮।୮(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଶ୍ରୀଦାମଚନ୍ଦ୍ରପୁର ଡାକ୍ତରଖାନାଠାରୁ ବାଲିଛତ୍ରାକୁ ସଂଯୋଗ ହୋଇଥିବା ମୁଖ୍ୟରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏନେଇ ଶ୍ରୀଦାମଚନ୍ଦ୍ରପୁର ପଞ୍ଚାୟତର ଲୋକେ ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ଅଧିକାରୀ ଓ ଜିଲାପାଳଙ୍କ ପର୍ଯ୍ୟନ୍ତ ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା ରାସ୍ତା ମରାମତି କରାଯାଇପାରି ନାହିଁ। ଲଗାଣ ବର୍ଷା ଯୋଗୁ ଏହି ରାସ୍ତା ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଦୈନନ୍ଦିନ ଉଦଳାଠାରୁ ଶ୍ରୀଦାମଚନ୍ଦ୍ରପୁର ମେଡିକାଲକୁ ଯାଉଥିବା ଆମ୍ବୁଲାନ୍ସ ଏବଂ ବାଲିଛତ୍ରା, ସୋନପୋଖରୀ ଆଦି ଗ୍ରାମରୁ ଶ୍ରୀଦାମଚନ୍ଦ୍ରପୁର ହାଇସ୍କୁଲକୁ ଯାଉଥିବା ଛାତ୍ରୀଛାତ୍ରଙ୍କ ପାଇଁ ଏହି ରାସ୍ତା ମରଣଯନ୍ତା ପାଲଟିଛି। ବିଶେଷକରି ଗ୍ରାମବାସୀମାନେ ରାଶନ ଆଣିବା ପାଇଁ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଉଥିବା ବେଳେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ତାତିଛନ୍ତି ଲୋକେ। ଗୁରୁବାର ଗ୍ରାମବାସୀ ମିଳିତ ହୋଇ ଉକ୍ତ ରାସ୍ତା ଉପରେ ଧାନ ତଳି ରୋଇଛନ୍ତି। ସମ୍ପୂର୍ଣ୍ଣ ରାସ୍ତା ନୂତନ ଭାବେ କରା ନ ଗଲେ ପଞ୍ଚାୟତବାସୀ ପର୍ଯ୍ୟଟନସ୍ଥଳୀ ଦେବକୁଣ୍ଡ-ଉଦଳା ରାସ୍ତାକୁ ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି। ଉକ୍ତ ରାସ୍ତା ତୁରନ୍ତ ମରାମତି ପାଇଁ ଗ୍ରାମବାସୀ ହରିଶ ଚନ୍ଦ୍ର ମହାନ୍ତ, ସୁବାସ ଚନ୍ଦ୍ର ମହାନ୍ତ, ସୁମନ୍ତ ମହାନ୍ତ, ଗୁରୁପ୍ରସାଦ ମହାନ୍ତ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri