ରାସ୍ତା ଅବସ୍ଥା ଶୋଚନୀୟ, ତୁରନ୍ତ ମରାମତି ପାଇଁ ଦାବି

ମାଲକାନଗିରି,୨୬।୧୦(ଡି.ଏନ.ଏ.):  ସରକାରୀ ସ୍ତରରେ ପଛୁଆ ଅଞ୍ଚଳର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ବହୁ ଅର୍ଥ ମଧ୍ୟ ବ୍ୟୟ କରାଯାଉଛି। ମାତ୍ର ପ୍ରଶାସନିକ ସ୍ତରରେ ଅବହେଳା ଯୋଗୁ ଜିଲ୍ଲା ସଦରରେ ଲୋକଙ୍କୁ ବିଭିନ୍ନ ସମସ୍ୟା ଭୋଗିବାକୁ ପଡୁଛି। ଏପରି ଦେଖିବାକୁ ମିଳିଛି ମାଲକାନଗିରି ପୌର ପରିଷଦ ଅଞ୍ଚଳର ୧୯ ନମ୍ବର ୱାର୍ଡରେ। ଏହି ୱାର୍ଡରେ ଥିବା ଏମଭି-୪୨ ଓ ଏମ୍‌ଭି-୪୩ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ନିର୍ମାଣ ହେବାର ଦୀର୍ଘଦିନ ବିତିଗଲାଣି। ଏବେ ଏହା ଖରାପ ହୋଇଗଲାଣି। ଏହାକୁ ମରାମତି କରାଯାଉ ନଥିବାରୁ ଲୋକେ ହଇରାଣ ହେଉଛନ୍ତି। ଜିଲା ସଦର ମହକୁମା କଲେଜ ଛକଠାରୁ ଏମ୍‌ଭି-୪୩ ଗ୍ରାମକୁ ଯାଇଥିବା ୫ କି.ମି. ପିଚୁ ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଛି। ଏହି ରାସ୍ତା ଉପରେ ଅନେକ ଗ୍ରାମର ଶତାଧିକ ଗ୍ରାମବାସୀ ନିର୍ଭର କରିଥାନ୍ତି। ପ୍ରତିଦିନ ଏହି ରାସ୍ତାରେ ଛାତ୍ରୀଛାତ୍ରୀଠାରୁ ଆରମ୍ଭ କରି ଜନସାଧାରଣ ଗାଡିମୋଟରରେ ଯାତାୟାତ କରନ୍ତି। ରାସ୍ତାରେ ସବୁବେଳେ ପାଣି ଜମି ରହି ବର୍ଷାରେ ରାସ୍ତା ପାର୍ଶ୍ୱ ଘରେ ମଇଳା ପାଣି ପଶିଯାଉଥିବା ଗ୍ରମମାସୀ ଅଭିଯୋଗ କରିଛନ୍ତି। ଜିଲା ସାଦର ମହକୁମା ରାସ୍ତା ଅବସ୍ଥା ଯଦି ଏପରି ତେବେ ଦୁର୍ଗମ ଅଞ୍ଚଳରେ ପ୍ରଶାସନ କିପରି ରାସ୍ତା କରୁଥିବ ତାହା ସହଜରେ ଅନୁମେୟ ବୋଲି ସାଧାରଣରେ ଆଲୋଚନା ହେଉଛଇ। ତୁରନ୍ତ ଏହାକୁ ମରାମତି କରା ନ ଗଲେ ଆଗାମୀ ଦିନରେ ପୌର କର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀ ଆନ୍ଦୋଳନ କରିବେ ବୋଲି ଗ୍ରାମ ପଲ୍ଲୀମଙ୍ଗଳ କମିଟି ସଭାପତି ଅଶୋକ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri