Posted inଗଜପତି

ବୃନ୍ଦାବନ ପ୍ୟାଲେସ୍‌ ରାସ୍ତା ଅବସ୍ଥା ସୁଧୁରୁନି

ପାରଳାଖେମୁଣ୍ଡି,୧୯।୫(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ଐତିହାସିକ ପର୍ଯ୍ୟଟନସ୍ଥଳୀ ବୃନ୍ଦାବନ ପ୍ୟାଲେସ୍‌କୁ ଯିବା ପାଇଁ ମହେନ୍ଦ୍ରତନୟା ନଦୀ ବ୍ରିଜ୍‌ ପଟେ ଥିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇଛି। ଏହି ରାସ୍ତାର ଦୁରବସ୍ଥା ସୁଧୁରିବ କେବେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବୃନ୍ଦାବନ ପ୍ୟାଲେସ୍‌କୁ ଯିବା ପାଇଁ ଦୁଇଗୋଟି ରାସ୍ତା ରହିଛି । ଗୋଟିଏ ହେଲା ଆଞ୍ଚଳିକ ପରିବହନ ଛକଠାରୁ ଏବଂ ଦ୍ୱିତୀୟଟି ପୁରୁଣାପାଟଣା ରାସ୍ତା ତଥା ମହେନ୍ଦ୍ରତନୟା ନଦୀ ବ୍ରିଜ୍‌ଠାରୁ ଅନ୍ୟଗୋଟିଏ ରାସ୍ତା। ମହେନ୍ଦ୍ରତନୟା ବ୍ରିଜ୍‌ ପଟରୁ ଥିବା ରାସ୍ତା ଏହି ପର୍ଯ୍ୟଟନସ୍ଥଳୀ ପର୍ଯ୍ୟନ୍ତ ରହିଛି। ଏହାସହ ଏହି ରାସ୍ତାରେ ଶ୍ମଶାନଘାଟର ମୁଖ୍ୟ ଗାଧୁଆତୁଠ ମଧ୍ୟ ରହିଛି। ହେଲେ ରାସ୍ତାର ଅବସ୍ଥା ଅତି ଦୟନୀୟ ରହିଥିବାରୁ ଯାତାୟାତରେ ବିଭିନ୍ନ ସମସ୍ୟା ଉପୁଜୁଛି । ଏହି ରାସ୍ତା ନିର୍ମାଣ ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ଭୁଲିଯାଇଛନ୍ତି। ପ୍ରାୟ ୨ ଦଶନ୍ଧି ଧରି ଏହା ମରାମତି କିମ୍ବା ରକ୍ଷଣାବେକ୍ଷଣ ଅଭାବରୁ ଖାଲଖମାରେ ପରିପୂର୍ଣ୍ଣ ହୋଇପଡିରହିଛି। ଏହି ନଦୀ ବ୍ରିଜ୍‌ ତଥା ପମ୍ପହାଉସ୍‌ଠାରୁ ଶ୍ମଶାନଘାଟର ଗାଧୁଆତୁଠ ପର୍ଯ୍ୟନ୍ତ ବଦାନ୍ୟ ବ୍ୟକ୍ତିମାନେ ନିଜ ନିଜ ଉଦ୍ୟମରେ ମାଟି ଗୋଡି ପକାଇ ସମତୁଲ କରିଥାନ୍ତି। ହେଲେ ସେଠାରୁ ବିଏନ୍‌ପ୍ୟାଲେସ୍‌ ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ବେହାଲ ହୋଇପଡିଛି । ଅନ୍ୟପକ୍ଷରେ ମାଟିଗୋଡି ପକାଇ ସମତୁଲ କରାଯାଉଥିବା ସ୍ଥାନରେ ପାଣି ଜମିରହି କର୍ଦମାକ୍ତ ହୋଇପଡିଛି । ଏପରିକି ପାଦରେ ଚାଲି ଯିବା ଆସିବା କରିବାକୁ ଲୋକେ ଭୟ କରୁଛନ୍ତି । ଏପରି ଏକ ପର୍ଯ୍ୟଟନସ୍ଥଳୀ ରାସ୍ତାର ଅବସ୍ଥା ଅତି ଶୋଚନୀୟ ଥିବାରୁ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ସରକାରୀ ଜମି ଛାଡିଲେ ନାହିଁ : ଜିଦ୍‌ରେ ଅଟଳ ଅନକ ଡୁଙ୍ଗୁରୁ ଗ୍ରାମବାସୀ, ଲାଗିଲା ୧୬୩ ଧାରା

ମୋହନା,୧୩।୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନକଡୁଙ୍ଗୁରୁ ଗାଁ ନିକଟରେଥିବା ବିବାଦୀୟ ସରକାରୀ ଜମିରେ ଲାଗିଲା ବିଏନ୍‌ଏସ୍‌ ଧାରା ୧୬୩ । କିଛିଦିନ ହେଲା...

ଦୁଇ ଦିନ ହେଲାଣି ତୁଷାରପାତ, ପ୍ରବଳ ଥଣ୍ଡାରେ ଥରୁଛି ଜି.ଉଦୟଗିର

ଜି.ଉଦୟଗିରି, ୧୨।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଶୀତଳତମ ସହର ଜି.ଉଦୟଗିରି ଅଞ୍ଚଳରେ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଜାଡ଼ ଥଣ୍ଡା ସହ କୋହଲା...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ

ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର...

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri