Posted inଗଜପତି

୩ ପଞ୍ଚାୟତକୁ ସଂଯୋଗୀକରଣ ରାସ୍ତା ମରଣଯନ୍ତା

ପାରଳାଖେମୁଣ୍ଡି,୧୮।୪(ଡି.ଏନ୍‌.ଏ.):  ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଘୋରଣି, ବଡ଼ କୋତୋରୁ, ତାଟିପାଟି ଏହି ୩ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତାଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏହି ରାସ୍ତାର ଅବସ୍ଥା ଏପରି ହେଲାଣି ଯେ, ଲୋକେ ଯାତାୟାତ କରିବା ପାଇଁ ବିପଦ ମଣୁଛନ୍ତି। କର୍ଦ୍ଦମାକ୍ତ ହୋଇପଡ଼ିଥିବାରୁ ଯାନବାହନରେ ଯିବା ତ ଦୂରର କଥା ଚାଲି ଚାଲି ଯିବା ମଧ୍ୟ ସମ୍ଭବ ନୁହଁ। ଉପରୋକ୍ତ ୩ ପଞ୍ଚାୟତ ଅଧୀନ ୧୨ ଖଣ୍ଡ ଗ୍ରାମର ଲୋକେ ନିର୍ଭର କରିଥାନ୍ତି ଏହି ରାସ୍ତା ଉପରେ। ୩ ପଞ୍ଚାୟତ ମଧ୍ୟରେ ସ୍ବଳ୍ପ ଦୂରତା ବହନ କରୁଥିବାରୁ ଏହି ରାସ୍ତା ଦେଇ ଯାତାୟାତ କରନ୍ତି। ଏହି ରାସ୍ତା ସମ୍ପୂର୍ଣ୍ଣ ଖରାପ ହୋଇଯିବା ପରେ ଲୋକମାନେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଉକ୍ତ ରାସ୍ତାଟି ତାଟିପାଟି ପଞ୍ଚାୟତର ଗୋଲା ଗ୍ରାମରୁ ବାହାରି ଘୋରଣି ଓ ବଡ଼କୋତୋରୁ ପଞ୍ଚାୟତ ସହ ସଂଯୋଗ ହୋଇଛି। ଏ ନେଇ ୩ ପଞ୍ଚାୟତବାସୀ ପ୍ରଶାସନକୁ ବାରମ୍ବାର ଲିଖିତ ଓ ମୌଖିକ ଭାବେ ଜଣାଇଥିଲେ ମଧ୍ୟ କେହି ଶୁଣୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ଏହି ରାସ୍ତାଟି ଆଜକୁ ପ୍ରାୟ ୧୦ ବର୍ଷ ହେଲା ଖରାପ ହୋଇ ପଡ଼ିଛି। ତେବେ ଏହି ରାସ୍ତାର ପୁନଃ ନିର୍ମାଣ କରା ନ ଗଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରି ପ୍ରଶାସନକୁ ଘେରାଉ କରିବୁ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri