ଦୁର୍ଗମ ଗ୍ରାମ ଗବାଟବାଡ଼ିକୁ ରାସ୍ତା ସଂଯୋଗୀକରଣ: ୬ କୋଟି ଅନୁଦାନରେ ବିଜୁ ସେତୁ ଭିତ୍ତିପ୍ରସ୍ତର ସ୍ଥାପନ

ଦାରିଙ୍ଗବାଡ଼ି,୨୦।୨(ଅରୁଣ ସାହୁ ): ସ୍ବାଧୀନତାର ୭୬ବର୍ଷ ପରେ ମଧ୍ୟ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଦୁର୍ଗମ ଗ୍ରାମ ଗବାଟବାଡ଼ିକୁ ରାସ୍ତା ନ ଥିଲା। ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁସେତୁ ଯୋଜନାରେ ଅନୁଦାନ ଆସିବା ସହ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି। ୬ କୋଟି ଟଙ୍କା ବିନିମୟରେ ଏହି ପୋଲ ନିର୍ମାଣ କାର୍ଯ୍ୟ କରାଯିବା ସହ ପ୍ରାୟ ୧ ହଜାର ମିଟର ସଂଯୋଗୀକରଣ ପକ୍କା ରାସ୍ତା କରାଯିବ ବୋଲି ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମଙ୍ଗଳବାର ଉପବାଚସ୍ପତି ସାଲୁଗା ପ୍ରଧାନ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ଜିଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, ସିମନବାଡ଼ି ସମିତିସଭ୍ୟ ସାଧୁ ନାୟକ, ସନ୍ତୋଷ ବିଷୋୟୀ, ନୀଳମାଧବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ବିଭାଗର ସହକାରୀ ନିର୍ବାହୀଯନ୍ତ୍ରୀ ଶ୍ୟାମଘନ ସିଂ, କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ପ୍ରକାଶ ଯେ, ଗବାଟବାଡ଼ି ଗାଁକୁ ସଂଯୋଗ କରୁଥିବା ନଦୀରେ ପୋଲ ନ ଥିବାରୁ ଅଞ୍ଚଳବାସୀ ବିପଦପୂର୍ଣ୍ଣ ଅବସ୍ଥାରେ ଯାତାୟାତ କରୁଥିଲେ। ବିଶେଷକରି ବର୍ଷାଦିନେ ଅଞ୍ଚଳବାସୀ ନାହିଁ ନ ଥିବା ହଇରାଣ ହେଉଥିଲେ। ଦୀର୍ଘ ବର୍ଷ ଧରି ଅଞ୍ଚଳବାସୀ ସମ୍ପୃକ୍ତ ନଦୀରେ ଏକ ପୋଲ ନିର୍ମାଣ କରିବାକୁ ଦାବି କରୁଥିଲେ। ୨୦୦୦ ମସିହାରେ ବିଧାୟକ ଭାବେ ସାଲୁଗା ପ୍ରଧାନ ନିର୍ବାଚିତ ପରେ ୨୦୦୧ରେ ଏକ ପୋଲ ନିର୍ମାଣ ପାଇଁ ବିଧାୟକ ପାଣ୍ଠିରୁ ଅନୁଦାନ ପ୍ରଦାନ କରିଥିଲେ। ତେବେ ବୈଷୟିକ ତ୍ରୁଟି ଏବଂ ମାଟି ପରୀକ୍ଷା ନ କରି କାର୍ଯ୍ୟ କରାଯାଉଥିବାରୁ ତାକୁ ଅଧାରୁ ବନ୍ଦ କରିଦିଆଯାଇଥିଲା।

ପୁଣି ପ୍ରଧାନ ଦ୍ୱିତୀୟ ଥର ନିର୍ବାଚିତ ହେବା ପରେ ରାଜ୍ୟ ସରକାରଙ୍କ ନିକଟରେ ସମ୍ପୃକ୍ତ ପୋଲ ନିର୍ମାଣ କରିବାକୁ ନିବେଦନ କରିଥିଲେ। ରାଜ୍ୟ ସରକାର ଅନୁଦାନ ପ୍ରଦାନ କରି ଲୋକଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ କରିଛନ୍ତି ବୋଲି ବିଧାୟକ ତଥା ଉପବାଚସ୍ପତି ସାଲୁଗା ପ୍ରଧାନ କହିଛନ୍ତି। ଏନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦୀର୍ଘ ବର୍ଷର ସ୍ବପ୍ନ ପୂରଣ ହୋଇଥିବାରୁ ଗବାଟବାଡ଼ିବାସୀ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏଥିସହ ତୁରନ୍ତ ପୋଲ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଅଞ୍ଚଳବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri