Posted inଜାତୀୟ

ମେ’ରୁ ଚାଇନା ସୀମାରେ ସଡ଼କ ନିର୍ମାଣ, ବିଆର୍‌ଓ ପ୍ରକଳ୍ପକୁ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୫।୪ : ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଥିବା ଚାଇନା ସୀମାରେ ସଡ଼କ ନିର୍ମାଣ ହେବାକୁ ଯାଉଛି। ଏଥିପାଇଁ ବିଆରଓର ଗୋଟିଏ ପ୍ରକଳ୍ପ ଅନୁମୋଦନ ହୋଇଥିବାବେଳେ ଅନ୍ୟ ପ୍ରକଳ୍ପ ଅନୁମୋଦନ ପାଇଁ ନିର୍ଦ୍ଦେଶାଳୟକୁ ପଠାଯାଇଛି। ଉଭୟ ପ୍ରକଳ୍ପ ଅନ୍ତର୍ଗତରେ ଚାଇନା ସୀମାରେ ୩୦ କିଲୋମିଟରରୁ ଅଧିକ ଲମ୍ବା ସଡ଼କ ନିର୍ମାଣ ହେବାକୁ ଯାଉଛି।
ଭାରତ-ଚାଇନା ସୀମାରେ ବିକାଶ ପାଇଁ ସଡ଼କ ନିର୍ମାଣ ପାଇଁ ପକ୍ଷରୁ ଦୁଇଟି ପ୍ରସ୍ତାବ ପ୍ରସ୍ତୁତ କରାଯାଇଥିଲା। ସେଥିରୁ ଗୋଟିଏ ପ୍ରସ୍ତାବ ଗ୍ରହଣ କରାଯାଇଛି । ଏହି ପ୍ରସ୍ତାବ ଅନୁଯାୟୀ ସୀମାନ୍ତରେ ପ୍ରାୟ ଦେଢ଼ ଶହ କୋଟି ଟଙ୍କା ବ୍ୟୟରେ ୧୬ କିଲୋମିଟର ସଡ଼କ ନିର୍ମାଣ କରାଯିବ। ଏହା ନିର୍ମାଣ କାର୍ଯ୍ୟ ମେ’ ମାସରୁ ଆରମ୍ଭ ହେବ। ତିନି ବର୍ଷ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଦ୍ୱିତୀୟ ପ୍ରସ୍ତାବ ଅନ୍ତର୍ଗତ ପ୍ରାୟ ୧୭ କିଲୋମିଟର ସଡ଼କ ନିର୍ମାଣ ହେବ।
ଭୈରବ ଘାଟି ଅତିକ୍ରମ କରୁଥିବା ମୋଟରପଥକୁ ଜାତୀୟ ରାଜପଥ ଭାବେ ଘୋଷଣା କରାଯାଇଛି। ଏନେଇ ମେଜର ବିନୁ ଭିସି କହିଛନ୍ତି ଯେ ଭାରତ ମାଳା ପ୍ରକଳ୍ପ ଅନ୍ତର୍ଗତ ନେଲୋଙ୍ଗ, ନାଗା, ଅଙ୍ଗାର, ପିଡିଏକୁ ଭୈରବ ଘାଟି ଦେଇ ମେଡିକେ ବାଟେ ଭାରତ-ଚାଇନା ସୀମାକୁ ସଂଯୋଗ କରୁଥିବା ରାସ୍ତା ଜାତୀୟ ରାଜପଥ ଭାବରେ ଘୋଷିତ ହୋଇଛି। ତେଣୁ ବର୍ତ୍ତମାନ ସୋନମ ମୋଟରୱେ କାର୍ଯ୍ୟ ମଧ୍ୟ ତ୍ୱରାନ୍ବିତ ହେବ। ଭୈରବ ଘାଟିରୁ ମେଡିକେ ପର୍ଯ୍ୟନ୍ତ ପ୍ରାୟ ୬୧ କିଲୋମିଟର ମୋଟରୱେକୁ ଜାତୀୟ ରାଜପଥ ଭାବରେ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri