ଅସରାଏ ବର୍ଷାରେ ରାସ୍ତା ବେହାଲ, ସବୁଦିନିଆ ରାସ୍ତା ପାଇଁ ଦାବି

ଦାରିଙ୍ଗବାଡ଼ି,୯ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର କିରିକୁଟି ପଞ୍ଚାୟତ ତଜଡ଼ବାଡ଼ି ଗ୍ରାମକୁ ସବୁଦିନିଆ ରାସ୍ତାଟିଏ ନ ଥିବା ବେଳେ ଏବେ ସେହି ପାଦଚଲା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଗ୍ରାମବାସୀ କର୍ଦ୍ଦମାକ୍ତ ରାସ୍ତାରେ ଯାତାୟାତ କରୁଛନ୍ତି। ଏନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ ସୁଦ୍ଧା ଗାଁକୁ ଯାତାୟାତ ପାଇଁ ଭଲ ରାସ୍ତାଟିଏ ହୋଇ ନ ପାରିବା ଦୁର୍ଭାଗ୍ୟଜନକ ବୋଲି ଅଞ୍ଚଳର ମୋହନ ପ୍ରଧାନ କହିଛନ୍ତି। ଶୀଘ୍ର ଉକ୍ତ ଗ୍ରାମକୁ ସବୁଦିନିଆ ରାସ୍ତାଟିଏ କରାଯିବାକୁ ଗ୍ରାମବାସୀ ଦାବି କରିଛନ୍ତି ା ପ୍ରବଳ ବର୍ଷା ଯୋଗୁ ଏବେ ଗ୍ରାମବାସୀ ନିଜ ପଞ୍ଚାୟତରେ ପହଞ୍ଚି ସାଧାରଣ ବଣ୍ଟନ ସାମଗ୍ରୀ ନେବା କଷ୍ଟ ହୋଇ ପଡ଼ିଥିବାବେଳେ ବୃଦ୍ଧାବୃଦ୍ଧମାନେ ଏବଂ ଦିବ୍ୟାଙ୍ଗମାନେ ନିଜ ଭତ୍ତା ଟଙ୍କା ନେବାକୁ ଗାଁରୁ ବାହାରି ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚିବା ସମ୍ଭବ ହୋଇପାରୁ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri