ଅସରାଏ ବର୍ଷାରେ ରାସ୍ତା ବେହାଲ, ସବୁଦିନିଆ ରାସ୍ତା ପାଇଁ ଦାବି

ଦାରିଙ୍ଗବାଡ଼ି,୯ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର କିରିକୁଟି ପଞ୍ଚାୟତ ତଜଡ଼ବାଡ଼ି ଗ୍ରାମକୁ ସବୁଦିନିଆ ରାସ୍ତାଟିଏ ନ ଥିବା ବେଳେ ଏବେ ସେହି ପାଦଚଲା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଗ୍ରାମବାସୀ କର୍ଦ୍ଦମାକ୍ତ ରାସ୍ତାରେ ଯାତାୟାତ କରୁଛନ୍ତି। ଏନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ ସୁଦ୍ଧା ଗାଁକୁ ଯାତାୟାତ ପାଇଁ ଭଲ ରାସ୍ତାଟିଏ ହୋଇ ନ ପାରିବା ଦୁର୍ଭାଗ୍ୟଜନକ ବୋଲି ଅଞ୍ଚଳର ମୋହନ ପ୍ରଧାନ କହିଛନ୍ତି। ଶୀଘ୍ର ଉକ୍ତ ଗ୍ରାମକୁ ସବୁଦିନିଆ ରାସ୍ତାଟିଏ କରାଯିବାକୁ ଗ୍ରାମବାସୀ ଦାବି କରିଛନ୍ତି ା ପ୍ରବଳ ବର୍ଷା ଯୋଗୁ ଏବେ ଗ୍ରାମବାସୀ ନିଜ ପଞ୍ଚାୟତରେ ପହଞ୍ଚି ସାଧାରଣ ବଣ୍ଟନ ସାମଗ୍ରୀ ନେବା କଷ୍ଟ ହୋଇ ପଡ଼ିଥିବାବେଳେ ବୃଦ୍ଧାବୃଦ୍ଧମାନେ ଏବଂ ଦିବ୍ୟାଙ୍ଗମାନେ ନିଜ ଭତ୍ତା ଟଙ୍କା ନେବାକୁ ଗାଁରୁ ବାହାରି ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚିବା ସମ୍ଭବ ହୋଇପାରୁ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri