ନିଜ ଜମି ଦର୍ଶାଇ ଖୋଳିଦେଲେ ରାସ୍ତା: ଗାଁରେ ଉତ୍ତେଜନା

ବଂଚୋ,୧୧।୮(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବଂଚୋ ଗ୍ରାମରେ ଜନୈକ ବ୍ୟକ୍ତି ନିଜ ଜମିରେ ରସ୍ତା ଆସିଥୁବା ଦର୍ଶାଇ ରାସ୍ତା ଖୋଳି ଦେଇଛନ୍ତି। ଏନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଘର ମାଲିକ ପଚେରି କରିବା ଲକ୍ଷ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବସାଧାରଣ ରାସ୍ତାକୁ ଖୋଳିବା ନେଇ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ।

ଘର ମାଲିକ ରାସ୍ତା ତାଙ୍କ ପଟ୍ଟାଭୁକ୍ତ ଜମିରେ ଆସିଥିବା କହୁଥିବା ବେଳେ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି । ଖବର ପାଇ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଖୋଳା କାମକୁ ବନ୍ଦ କରିଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଜମି ମାପଚୁପ କରିବାକୁ ଆସିଥିଲେ ମଧ୍ୟ ପାଟିତୁଣ୍ଡ ଓ ଉତ୍ତେଜନା ପରିସ୍ଥିତିକୁ ଯୋଗୁ ରାସ୍ତା ମାପଚୁପ ହୋଇପାରିନାହିଁ । ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିବା ବେଳେ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

ସୂଚନା ଯୋଗ୍ୟ, ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ ସମୟରେ ଠିକ ଭାବେ ସରକାରୀ ଜମି ଚିହ୍ନଟ କରାଯାଇ ରାସ୍ତା ପ୍ରସ୍ତୁତ କରିଥିବା ବେଳେ ରାସ୍ତା କିପରି ବ୍ୟକ୍ତିଗତ ମାଲିକାନାରେ ରହିଲା ତାହାକୁ ନେଇ ନାନା ପ୍ରଶ୍ନ ସୃଷ୍ଟି ହୋଇଛି।

ଅନ୍ୟପକ୍ଷେ ରାସ୍ତା ଖୋଳା ଯାଇ ପାଚେରି ନିର୍ମାଣ କରାଯିବା ଉଦ୍ୟମ ଯୋଗୁ ରାସ୍ତା କ୍ରମଶଃ ସଙ୍କୁଚିତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଉପଯୁକ୍ତ ମାପଚୁପ୍‌ କରାଯାଇ ରାସ୍ତା ଚିହ୍ନଟ କରିବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି। ରାଜସ୍ବ ନୀରିକ୍ଷକଙ୍କ କହିବା ଅନୁଯାୟୀ ଏହି ନିର୍ମାଣ କାର୍ଯ୍ୟରେ ବିବାଦୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଜମି ମାପଚୁପ କାର୍ଯ୍ୟ ସଠିକ ଭାବେ ଶେଷ ହୋଇନାହିଁ । ଫଳରେ ରାସ୍ତା ଖୋଳୁଥିବା ବ୍ୟକ୍ତି ବିଶେଷଙ୍କୁ କାର୍ଯ୍ୟବନ୍ଦ ରଖିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri