ରାସ୍ତାରେ କୁଢ଼ କୁଢ଼ ମଇଳା, ଭାସୁଛି କାଦୁଅ ପାଣି: ପ୍ରତିବାଦରେ ଟାୟାର ଜାଲି ରାସ୍ତାରୋକୋ

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଦୀର୍ଘଦିନ ଧରି ମୁଖ୍ୟ ରାସ୍ତା ପୁରୁଣା କୋର୍ଟଛକଠାରୁ ଫାୟାର ଷ୍ଟେସନ ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ଏହାକୁ ନେଇ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ରାସ୍ତା ମରାମତି ସକାଶେ ପୂର୍ତ୍ତ ବିଭାଗୀୟ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ବିଭିନ୍ନ ସମୟରେ ଅବଗତ କରାଇଛନ୍ତି । ଏହି ରାସ୍ତାର ମରାମତି ଦାୟିତ୍ୱ ପୌରପାଳିକା ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିଛି । ହେଲେ ପୂର୍ତ୍ତ ବିଭାଗ ଅବହେଳା ଯୋଗୁ ଦୀର୍ଘଦିନ ଧରି ରାସ୍ତା ଏବଂ ନାଳ ମରାମତି ହୋଇପାରୁ ନାହିଁ। ଫଳରେ ସାମାନ୍ୟ ବର୍ଷା ହେଲେ କାଦୁଅ ପାଣି ଆସି ଘରେ ପଶିବା ସହ ରାସ୍ତା ଉପରେ ଚାଲୁଛି । ଏହାକୁ ନେଇ ଶନିବାର ସ୍ଥାନୀୟ ବାସିନ୍ଦା, ବିଭିନ୍ନ ରାଜନୈତିକ ଦଳ, ସାମାଜିକ ସଂଗଠନ ଏକତ୍ରିତ ହୋଇ ସହରର କ୍ରିଷ୍ଣା ସିନେମା ହଲ ସମ୍ମୁଖରେ ଟାୟାର ଜାଳି ରାସ୍ତାରୋକୋ କରି ପ୍ରତିବାଦ କରିଛନ୍ତି ।

ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲା। ହେଲେ ଲୋକେ ମାନି ନ ଥିଲେ। ଏପରି କି ବିଭାଗୀୟ ମୁଖ୍ୟଯନ୍ତ୍ରୀ ଏବଂ ଜିଲାପାଳଙ୍କୁ ଘଟଣାସ୍ଥଳରେ ପହଞ୍ଚିବାକୁ ଅଡି ବସିଥିଲେ। ବର୍ତ୍ତମାନ ସୁଦ୍ଧା ଲୋକେ ରାସ୍ତା ଅବରୋଧ କରିଛନ୍ତି। ଅନ୍ୟପଟେ ରାସ୍ତା ଅବରୋଧକୁ ହଟାଇବା ପାଇଁ ଏସ୍‌ଡିପିଓ ମାଧବାନନ୍ଦ ନାୟକ, ପୂର୍ତ୍ତ ବିଭାଗ ଅଧିକାରୀଙ୍କୁ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ସମସ୍ୟାର ସମାଧାନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri