ରାସ୍ତା କାଦୁଅ ପଚପଚ: କାହାକୁ କହିବା ଶୁଣିବ କିଏ, ଚିନ୍ତାରେ ଅଞ୍ଚଳବାସୀ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୮।୯ଅରୁଣ ସାହୁ /ମନୋରଞ୍ଜନ ରଣା): ଦିନେ କି ଦୁଇ ଦିନ ନୁହଁ, ବର୍ଷ ବର୍ଷ ଧରି ପଞ୍ଚାୟତ ମୁଖ୍ୟାଳୟକୁ ଯିବାପାଇଁ ରାସ୍ତା ଟିଏ ନାହିଁ। ଏନେଇ ଅଞ୍ଚଳବାସୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଦୀର୍ଘ ଦିନ ହେଲା ଦାବି କରିଆସୁଛନ୍ତି। ହେଲେ ଦାବି ପ୍ରତି କେହି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହୋଇଛି।

ଏନେଇ ଏକ ବଡ଼ ଆନ୍ଦୋଳନ ପାଇଁ ମୁଣ୍ଡ ଟେକିଛି। ଗାଁରେ ଘନ ଘନ ବୈଠକ କରାଯାଇ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବାକୁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଲେଣି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ପଞ୍ଚାୟତ କୁମ୍ଭାରୀଗାଁ କ୍ଷେତ୍ରରେ।

ଅନ୍ୟପକ୍ଷେ ରାସ୍ତା ସମସ୍ୟାର ସମାଧାନ ପାଇଁ ଜିଲା ପ୍ରଶାସନ ଅହେତୁକ ଅବହେଳା କରୁଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ବିଶେଷ କରି ବର୍ଷା ୪ ମାସ ରାସ୍ତା କାଦୁଅରେ ଭରି ରହୁଥିବା ବେଳେ ଜନସାଧାରଣ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଅଞ୍ଚଳବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।

ଭୋଟ ବେଳେ ନେତାମାନେ ପୁଳାପୁଳା ପ୍ରତିଶ୍ରୁତି ଦେଉଥିବା ବେଳେ, ଭୋଟ ପରେ କାହାର ଦେଖା ମିଳୁ ନ ଥିବା ଅଭିଯୋଗ ହୋଇଛି। ରାସ୍ତା ଯୋଗୁ ଲୋକଙ୍କୁ ସାଧାରଣ ବଣ୍ଟନ ଚାଉଳୟ ସାଙ୍ଗକୁ ଅନ୍ୟ ସାମଗ୍ରୀ ଆଣିବାକୁ ସମସ୍ୟା ହେଉଛି। ସେହିପରି ପଞ୍ଚାୟତ କାର୍ଯ୍ୟାଳୟରୁ ସାଧାରଣ ବଣ୍ଟନ ସାମଗ୍ରୀ ନେଇ ଆସୁଥିବା ଭାଟିଯାନ କାଦୁଅରେ ଫସି ଯାଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏନେଇ ତୁରନ୍ତ ରାସ୍ତାର ମରାମତି ସାଙ୍ଗକୁ ପକ୍କା ରାସ୍ତା କରିବାକୁ ଅଞ୍ଚକବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri