ରାସ୍ତା କାଦୁଅ ପଚପଚ: କାହାକୁ କହିବା ଶୁଣିବ କିଏ, ଚିନ୍ତାରେ ଅଞ୍ଚଳବାସୀ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୮।୯ଅରୁଣ ସାହୁ /ମନୋରଞ୍ଜନ ରଣା): ଦିନେ କି ଦୁଇ ଦିନ ନୁହଁ, ବର୍ଷ ବର୍ଷ ଧରି ପଞ୍ଚାୟତ ମୁଖ୍ୟାଳୟକୁ ଯିବାପାଇଁ ରାସ୍ତା ଟିଏ ନାହିଁ। ଏନେଇ ଅଞ୍ଚଳବାସୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଦୀର୍ଘ ଦିନ ହେଲା ଦାବି କରିଆସୁଛନ୍ତି। ହେଲେ ଦାବି ପ୍ରତି କେହି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହୋଇଛି।

ଏନେଇ ଏକ ବଡ଼ ଆନ୍ଦୋଳନ ପାଇଁ ମୁଣ୍ଡ ଟେକିଛି। ଗାଁରେ ଘନ ଘନ ବୈଠକ କରାଯାଇ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବାକୁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଲେଣି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ପଞ୍ଚାୟତ କୁମ୍ଭାରୀଗାଁ କ୍ଷେତ୍ରରେ।

ଅନ୍ୟପକ୍ଷେ ରାସ୍ତା ସମସ୍ୟାର ସମାଧାନ ପାଇଁ ଜିଲା ପ୍ରଶାସନ ଅହେତୁକ ଅବହେଳା କରୁଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ବିଶେଷ କରି ବର୍ଷା ୪ ମାସ ରାସ୍ତା କାଦୁଅରେ ଭରି ରହୁଥିବା ବେଳେ ଜନସାଧାରଣ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଅଞ୍ଚଳବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।

ଭୋଟ ବେଳେ ନେତାମାନେ ପୁଳାପୁଳା ପ୍ରତିଶ୍ରୁତି ଦେଉଥିବା ବେଳେ, ଭୋଟ ପରେ କାହାର ଦେଖା ମିଳୁ ନ ଥିବା ଅଭିଯୋଗ ହୋଇଛି। ରାସ୍ତା ଯୋଗୁ ଲୋକଙ୍କୁ ସାଧାରଣ ବଣ୍ଟନ ଚାଉଳୟ ସାଙ୍ଗକୁ ଅନ୍ୟ ସାମଗ୍ରୀ ଆଣିବାକୁ ସମସ୍ୟା ହେଉଛି। ସେହିପରି ପଞ୍ଚାୟତ କାର୍ଯ୍ୟାଳୟରୁ ସାଧାରଣ ବଣ୍ଟନ ସାମଗ୍ରୀ ନେଇ ଆସୁଥିବା ଭାଟିଯାନ କାଦୁଅରେ ଫସି ଯାଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏନେଇ ତୁରନ୍ତ ରାସ୍ତାର ମରାମତି ସାଙ୍ଗକୁ ପକ୍କା ରାସ୍ତା କରିବାକୁ ଅଞ୍ଚକବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri