Posted inଜାତୀୟ

ଘନ କୁହୁଡ଼ି ଯୋଗୁ ଦେଖା ଗଲାନି ରାସ୍ତା: ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସଓ୍ବେରେ ୩ ବସ-୨ କାର-୧ ଟ୍ରକ ଧକ୍କା…

ଲକ୍ଷ୍ନୌ,୨୭।୧୨: ଘନ କୁହୁଡ଼ି ଯୋଗୁ ଲକ୍ଷ୍ନୌରେ ବଡ଼ ସମସ୍ୟା ଦେଖା ଦେଇଛି। ଘନ କୁହୁଡ଼ି ଯୋଗୁ ବିଭିନ୍ନ ଜିଲାରୁ ସଡ଼କ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି। ବୁଧବାର ସକାଳେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେ ୨୪୦ରେ ଦୁର୍ଘଟଣା ଘଟିଛି। ୬ଟି ଗାଡି ପରସ୍ପର ସହ ଧକ୍କା ହୋଇଛନ୍ତି। ଯାତ୍ରୀମାନଙ୍କ ସହିତ ଭର୍ତ୍ତି ହୋଇଥିବା ବସ ଡିଭାଇଡର୍‌ ସହିତ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ପ୍ରାୟ ୧୨ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆଗ୍ରା ଏବଂ ପ୍ରତାପଗଡରେ ମଧ୍ୟ ସଡ଼କ ଦୁର୍ଘଟଣା ହୋଇଥିବା ଖବର ମିଳିଛି।

ତିନୋଟି ବସ, ଗୋଟିଏ ଟ୍ରକ ଏବଂ ୨ କାର ପରସ୍ପରକୁ ଧକ୍କା ଦେଇଛନ୍ତି। ଏହି ଘଟଣା ବଙ୍ଗରମାଉ ପୋଲିସ ଷ୍ଟେଶନ ଅଞ୍ଚଳର ନାସିରାପୁର ଗ୍ରାମ ନିକଟରେ ଘଟିଛି। ସୂଚନା ଅନୁଯାୟୀ, ସମସ୍ତ ଯାନ ଲକ୍ଷ୍ନୌ ରୁ ଆଗ୍ରା ଅଭିମୁଖେ ଯାଉଥିଲା। ଆଗକୁ ଚାଲୁଥିବା ଏକ ଡବଲ ଡେକର ବସ ନିୟନ୍ତ୍ରଣ ବାହାରକୁ ଯାଇ ଡିଭାଇଡର୍‌ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି କାରଣରୁ ଯାତ୍ରୀମାନେ ଭୟଭୀତ ହୋଇ ଚିତ୍କାର କରିବାକୁ ଲାଗିଲେ। ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏଥିରେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ବହୁ ସଂଖ୍ୟକ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆହତଙ୍କ ମଧ୍ୟରୁ ୬ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଲକ୍ଷ୍ନୌର ଟ୍ରମା କେନ୍ଦ୍ରକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri