ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ, ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରୁ ଏକ ପରିବା ବୋଝେଇ ଟ୍ରକଟି ୫୯ ନଂ ଜାତୀୟରାଜପଥର ବାଲିଗୁଡା, ଦାରିଙ୍ଗବାଡି ଦେଇ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ତେବେ ପ୍ରବଳ କୁହୁଡି ସାଙ୍ଗକୁ ଶୀତର ପ୍ରକୋପ ଯୋଗୁ ଗାଡି ଚାଳକଙ୍କୁ ଭଲ ଭାବେ ରାସ୍ତା ଦୃଶ୍ୟମାନ ହୋଇନଥିଲା ଏବଂ ଦଣ୍ଡିମା ନିକଟରେ ଏକ ବିଶାଳ ଗଛକୁ ଧକ୍କା ଦେଇଥିଲା । ଫଳରେ ଉକ୍ତ ମିନିଟ୍ରକ ଭିତରେ ହିଁ ଚାଳକ ଚାପି ହୋଇରହିଯାଇଥିଲେ । ତେବେ କୌଶଳ କ୍ରମେ ମିନିଟ୍ରକ ଭିତରୁ ହେଲପର ବାହାରି ଦୁର୍ଘଟଣାର ପ୍ରାୟ ୫୦ ମିଟର ଦୂରତାରେ ଥିବା ଗାଁ ଲୋକଙ୍କୁ ଉଠାଇ ସାହାଯ୍ୟ ମାଗିଥିଲେ। ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଚାପିହୋଇଯାଇଥିବା ଚାଳକଙ୍କୁ ବାହାର କରିବାକୁ ଉଦ୍ୟମ କରିଥିଲେ ଓ ପୋଲିସ ଏବଂ ଅଗ୍ନିଶମବିଭାଗକୁ କଲ କରି ଜଣାଇଥିଲେ। ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ଚାପି ହୋଇରହିଥିବା ଚାଳକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ଉଦ୍ଧାର ପାଇଁ ଅଗ୍ନିଶମ ବିଭାଗ ନିକଟରେ ଆବଶ୍ୟକ ଯନ୍ତ୍ରପାତି ନ ଥିଲା ଫଳରେ ବାଲିଗୁଡା ଅଗ୍ନିଶମ ବିଭାଗକୁ ଡକାଯାଇ ଟ୍ରକର ଅନେକ ଅଂଶକୁ କାଟି ଚାଳକଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିଲା । ପୋଲିସ ଦୁର୍ଘଟଣା ମିନିଟ୍ରକକୁ ଜବତ କରିବା ସହ ମୃତଦେହକୁ ଜବତ କରି ଦାରିଙ୍ଗବାଡି ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ରଖାଯାଇଥିବା ପୋଲିସ କହିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri