ପକ୍କା ରାସ୍ତା ଖୋଲିଦେବା ଘଟଣା: ‘ଧରିତ୍ରୀ’ରେ ଖବର ପ୍ରକାଶିତ ପରେ ତତ୍ପର ଗ୍ରାମ୍ୟ ଉନ୍ନୟନ ବିଭାଗ

ଦାରିଙ୍ଗବାଡି,୨୩।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ୫୯ ନଂ ଜାତୀୟ ରାଜପଥଠାରୁ ତେରବାଡି ଓ ତେରବାଡିଠାରୁ ଡଲାବାଡିକୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତା ସମ୍ପ୍ରସାରଣ ହୋଇଛି। ତେବେ ଜଳ ଯୋଗାଣ ପାଇଁ ଏକ ମେଗା ପ୍ରକଳ୍ପ କାର୍ଯ୍ୟ ଚାଲିଥିବା ବେଳେ ବେଆଇନ ଭାବେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତାକୁ ଉଭୟ ପଟରୁ ଖୋଳି ପାଇପ ବିଛାଇବା କାର୍ଯ୍ୟ ଚାଲିଛି। ଏନେଇ ଗ୍ରାମବାସୀ ଅଭିଯୋଗ କରିଥିଲେ ମଧ୍ୟ କାର୍ଯ୍ୟ କରୁଥିବା ଠିକା କମ୍ପାନୀ ଜୋର ଜବରଦସ୍ତ ଖୋଳି ରାସ୍ତାର ଅବସ୍ଥା ଶୋଚନୀୟ କରିଥିଲା। ଏନେଇ କେବଳ ଧରିତ୍ରୀରେ ଖବର ପ୍ରକାଶିତ ହେବା ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ତତ୍ପର ହୋଇପଡିଛି। ମେଗା ଜଳ ପ୍ରକଳ୍ପର ଦାୟିତ୍ୱରେ ଥିବା ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ଅଧିକ୍ଷକ ଯନ୍ତ୍ରୀଙ୍କୁ ଦାରିଙ୍ଗବାଡି ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ୟାମସୁନ୍ଦର ସିଂ ଚିଠି ଲେଖିଛନ୍ତି। ଯେଉଁ ରାସ୍ତା ଖୋଳାଯାଇ ନଷ୍ଟ ହୋଇଛି ତାକୁ ତୁରନ୍ତ ମରାମତି କରିବା ସହ ଉକ୍ତ ଠିକା ସଂସ୍ଥାକୁ ଉକ୍ତ ରାସ୍ତାରେ ପାଇପ ଲାଇନ ପାଇଁ ଖୋଲିବାକୁ ବାରଣ କରିବାକୁ ନିର୍ଦ୍ଦେଶ ଦେବାକୁ ଚିଠିରେ ଜଣାଯାଉଛି। ଏବେ ଉକ୍ତ ରାସ୍ତା ଯେଉଁଭଳି ଖୋଲିଦିଆଯାଇଛି ସେଠି ବର୍ଷା ଜଳ ପ୍ରବେଶ କରି ରାସ୍ତା ନଷ୍ଟ ହୋଇଯିବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ବୋଲି କୁହାଯାଇଛି। ସେହିପରି ରାସ୍ତାର ଗାର୍ଡ ୱାଲ ପରଠାରୁ ଏକ ମିଟର ଦୂରତାରେ ଖୋଳି ପାଇପ ଲାଇନ ନେବାକୁ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେବାକୁ ସେ ଚିଠିରେ ଜଣାଇଛନ୍ତି।
ସେ ଚିଠିରେ ଆହୁରି ଉଲ୍ଲେଖ କରିଛନ୍ତି ଯେ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗ କିମ୍ବା ଉକ୍ତ ଠିକା ସଂସ୍ଥା ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ କୌଣସି ସୂଚନା କିମ୍ବା ଅନୁମତି ନ ନେଇ ପକ୍କା ରାସ୍ତାକୁ କଚ୍ଚା କରିଛନ୍ତି। ତେଣୁ ତୁରନ୍ତ ଏହାର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସେ ଚିଠିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri