ଶିବରାତ୍ରି ପୂର୍ବରୁ ରାସ୍ତା ପ୍ରଶସ୍ତୀକରଣ

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧ା୧୧(ଡି.ଏନ୍‌.ଏ.): ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବ। ଏଥିସହିତ ଭକ୍ତମାନଙ୍କ ଯିବା ଆସିବା ସହଜ କରିବାକୁ ବିକଳ୍ପ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମହାଶିବରାତ୍ରିରେ ମହାଦୀପ ଦର୍ଶନ କରିବାକୁ ବହୁ ସଂଖ୍ୟାରେ ଭିଡ଼ ପରିଲକ୍ଷିତ ହେବ। ତେଣୁ ଏହା ପୂର୍ବରୁ ଏକାମ୍ର କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି କ୍ରମରେ ଶନିବାର ଭୋର ସମୟରେ ୫-ଟି ସଚିବ ଏକାମ୍ର ପ୍ରକଳ୍ପ ବୁଲି ଦେଖିବା ସହ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଛନ୍ତି। ନଭେମ୍ବର ଶେଷ ସୁଦ୍ଧା ଜମି ଅଧିଗ୍ରହଣ ଶେଷ କରିବା ସହ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକଳ୍ପ ପାଇଁ ୮୦ ପ୍ରତିଶତ ଜମି ଅଧିଗ୍ରହଣ କାର୍ଯ୍ୟ ଶେଷ ହୋଇଛି। କୋଭିଡ୍‌ ପରିସ୍ଥିତି ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଯୁଦ୍ଧକାଳୀନଭିତ୍ତିରେ ଚାଲିଥିବାରୁ ସେ ଅଧିକାରୀମାନଙ୍କୁ ପ୍ରଶଂସା କରିଥିଲେ। ଏହି ସମୀକ୍ଷା ବେଳେ ପୂର୍ତ୍ତ ବିଭାଗ ସଚିବ କିଷନ କୁମାର ଏବଂ ବିଏମ୍‌ସି କମିଶନର ପ୍ରେମ୍‌ଚନ୍ଦ୍ର ଚୌଧାରୀ ଉପସ୍ଥିତ ଥିଲେ।
ବିନ୍ଦୁସାଗରକୁ ଯିବା ଲାଗି ନୂଆ ରାସ୍ତା ପଥଚାରୀମାନଙ୍କୁ ସହାୟତା କରିବ। ମନ୍ଦିରକୁ ଯିବା ଲାଗି ଇ-ଯାନବାହନର ବ୍ୟବହାର କରାଯିବ। ଯଦ୍ଦ୍ବାରା ସମ୍ପୃକ୍ତ ଅଞ୍ଚଳରେ ଯାନବାହନଜନିତ ଧୂଆଁ ଠାରୁ ମନ୍ଦିରକୁ ସୁରକ୍ଷିତ ରଖାଯାଇ ପାରିବ। ଏପରି କି ଯାତ୍ରୀ ଏବଂ କୀର୍ତ୍ତିରାଜିକୁ ପ୍ରଦୂଷଣ ଓ ଧୂଆଁରୁ ରକ୍ଷା କରାଯାଇ ପାରିବ। ନୂଆ ରାସ୍ତା ଲିଙ୍ଗରାଜ ହାଟରୁ ତାଳେଶ୍ୱର ଛକ ଏବଂ ଲିଙ୍ଗରାଜ ହାଟରୁ ବିନ୍ଦୁସାଗରକୁ ସଂଯୋଗ କରିବ। ମନ୍ଦିର ସମ୍ମୁଖ ଭାଗରେ ଇଷ୍ଟର୍ନ ପ୍ଲାଜା ଏବଂ ଉତ୍ତରରେ ଉତ୍ତର ପ୍ଲାଜାର ବିକାଶ କରାଯିବ। ଏଥିସହିତ ବଢ଼େଇବାଙ୍କ ବ୍ରଜବନ୍ଧୁ କଲ୍ୟାଣ ମଣ୍ଡପ ନିକଟରେ ବସ୍‌ ପାର୍କିଂ ପାଇଁ ବ୍ୟବସ୍ଥା କରାଯିବ। ମନ୍ଦିର ଚତୁଃପାର୍ଶ୍ୱରେ ଥିବା ଡ୍ରେନ୍‌ ବ୍ୟବସ୍ଥାର ମଧ୍ୟ ସମୀକ୍ଷା କରାଯାଇଥିଲା। ଗୋପାଳତୀର୍ଥ ମଠ ଏବଂ ଶଙ୍କରାନନ୍ଦ ମଠ ଜମି ଅଧିଗ୍ରହଣ କରାଯାଇଛି। ଅନ୍ୟାନ୍ୟ କୋଠା ଓ ଜମି ଅଧିଗ୍ରହଣ ପରେ ଭକ୍ତମାନେ ସେଠାରୁ ବିନ୍ଦୁସାଗରକୁ ଦେଖିପାରିବେ। ଖାଲିସ୍ଥାନ ଯୋଗୁ ମନ୍ଦିର ଓ ବିନ୍ଦୁସାଗରକୁ ଏକ ସଙ୍ଗେ ଭକ୍ତମାନେ ଦର୍ଶନ କରିବା ସହ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇପାରିବ। ମନ୍ଦିର ବେଢ଼ାକୁ ପରିବେଶ ଅନୁକୂଳ ବ୍ୟବସ୍ଥା ଅନୁଯାୟୀ ସଫା ରଖାଯିବ। ଏହି ସମୀକ୍ଷା ବୈଠକରେ ତୀର୍ଥଯାତ୍ରୀଙ୍କ ପାଇଁ ଥିବା ସୁବିଧା ସୁଯୋଗ ବିଷୟରେ ଆଲୋଚନା ହୋଇଥିଲା। ମହାଶିବରାତ୍ରି ପୂର୍ବରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା କାର୍ଯ୍ୟ ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri