ଶିବରାତ୍ରି ପୂର୍ବରୁ ରାସ୍ତା ପ୍ରଶସ୍ତୀକରଣ

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧ା୧୧(ଡି.ଏନ୍‌.ଏ.): ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବ। ଏଥିସହିତ ଭକ୍ତମାନଙ୍କ ଯିବା ଆସିବା ସହଜ କରିବାକୁ ବିକଳ୍ପ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମହାଶିବରାତ୍ରିରେ ମହାଦୀପ ଦର୍ଶନ କରିବାକୁ ବହୁ ସଂଖ୍ୟାରେ ଭିଡ଼ ପରିଲକ୍ଷିତ ହେବ। ତେଣୁ ଏହା ପୂର୍ବରୁ ଏକାମ୍ର କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି କ୍ରମରେ ଶନିବାର ଭୋର ସମୟରେ ୫-ଟି ସଚିବ ଏକାମ୍ର ପ୍ରକଳ୍ପ ବୁଲି ଦେଖିବା ସହ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଛନ୍ତି। ନଭେମ୍ବର ଶେଷ ସୁଦ୍ଧା ଜମି ଅଧିଗ୍ରହଣ ଶେଷ କରିବା ସହ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକଳ୍ପ ପାଇଁ ୮୦ ପ୍ରତିଶତ ଜମି ଅଧିଗ୍ରହଣ କାର୍ଯ୍ୟ ଶେଷ ହୋଇଛି। କୋଭିଡ୍‌ ପରିସ୍ଥିତି ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଯୁଦ୍ଧକାଳୀନଭିତ୍ତିରେ ଚାଲିଥିବାରୁ ସେ ଅଧିକାରୀମାନଙ୍କୁ ପ୍ରଶଂସା କରିଥିଲେ। ଏହି ସମୀକ୍ଷା ବେଳେ ପୂର୍ତ୍ତ ବିଭାଗ ସଚିବ କିଷନ କୁମାର ଏବଂ ବିଏମ୍‌ସି କମିଶନର ପ୍ରେମ୍‌ଚନ୍ଦ୍ର ଚୌଧାରୀ ଉପସ୍ଥିତ ଥିଲେ।
ବିନ୍ଦୁସାଗରକୁ ଯିବା ଲାଗି ନୂଆ ରାସ୍ତା ପଥଚାରୀମାନଙ୍କୁ ସହାୟତା କରିବ। ମନ୍ଦିରକୁ ଯିବା ଲାଗି ଇ-ଯାନବାହନର ବ୍ୟବହାର କରାଯିବ। ଯଦ୍ଦ୍ବାରା ସମ୍ପୃକ୍ତ ଅଞ୍ଚଳରେ ଯାନବାହନଜନିତ ଧୂଆଁ ଠାରୁ ମନ୍ଦିରକୁ ସୁରକ୍ଷିତ ରଖାଯାଇ ପାରିବ। ଏପରି କି ଯାତ୍ରୀ ଏବଂ କୀର୍ତ୍ତିରାଜିକୁ ପ୍ରଦୂଷଣ ଓ ଧୂଆଁରୁ ରକ୍ଷା କରାଯାଇ ପାରିବ। ନୂଆ ରାସ୍ତା ଲିଙ୍ଗରାଜ ହାଟରୁ ତାଳେଶ୍ୱର ଛକ ଏବଂ ଲିଙ୍ଗରାଜ ହାଟରୁ ବିନ୍ଦୁସାଗରକୁ ସଂଯୋଗ କରିବ। ମନ୍ଦିର ସମ୍ମୁଖ ଭାଗରେ ଇଷ୍ଟର୍ନ ପ୍ଲାଜା ଏବଂ ଉତ୍ତରରେ ଉତ୍ତର ପ୍ଲାଜାର ବିକାଶ କରାଯିବ। ଏଥିସହିତ ବଢ଼େଇବାଙ୍କ ବ୍ରଜବନ୍ଧୁ କଲ୍ୟାଣ ମଣ୍ଡପ ନିକଟରେ ବସ୍‌ ପାର୍କିଂ ପାଇଁ ବ୍ୟବସ୍ଥା କରାଯିବ। ମନ୍ଦିର ଚତୁଃପାର୍ଶ୍ୱରେ ଥିବା ଡ୍ରେନ୍‌ ବ୍ୟବସ୍ଥାର ମଧ୍ୟ ସମୀକ୍ଷା କରାଯାଇଥିଲା। ଗୋପାଳତୀର୍ଥ ମଠ ଏବଂ ଶଙ୍କରାନନ୍ଦ ମଠ ଜମି ଅଧିଗ୍ରହଣ କରାଯାଇଛି। ଅନ୍ୟାନ୍ୟ କୋଠା ଓ ଜମି ଅଧିଗ୍ରହଣ ପରେ ଭକ୍ତମାନେ ସେଠାରୁ ବିନ୍ଦୁସାଗରକୁ ଦେଖିପାରିବେ। ଖାଲିସ୍ଥାନ ଯୋଗୁ ମନ୍ଦିର ଓ ବିନ୍ଦୁସାଗରକୁ ଏକ ସଙ୍ଗେ ଭକ୍ତମାନେ ଦର୍ଶନ କରିବା ସହ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇପାରିବ। ମନ୍ଦିର ବେଢ଼ାକୁ ପରିବେଶ ଅନୁକୂଳ ବ୍ୟବସ୍ଥା ଅନୁଯାୟୀ ସଫା ରଖାଯିବ। ଏହି ସମୀକ୍ଷା ବୈଠକରେ ତୀର୍ଥଯାତ୍ରୀଙ୍କ ପାଇଁ ଥିବା ସୁବିଧା ସୁଯୋଗ ବିଷୟରେ ଆଲୋଚନା ହୋଇଥିଲା। ମହାଶିବରାତ୍ରି ପୂର୍ବରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା କାର୍ଯ୍ୟ ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri