ଥାନାରେ ପହଞ୍ଚିଲା ରାସ୍ତା ସମସ୍ୟା

ଗୋଷାଣି, ୨୦।୩ (ପ୍ରଶାନ୍ତ କୁମାର ରାଉତ): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଗ୍ରାମବାସୀ ରାସ୍ତାଘାଟ ସମସ୍ୟାକୁ ନେଇ ଥାନାର ଦ୍ବାରସ୍ଥ ହୋଇଛନ୍ତି। ପୂର୍ତ୍ତବିଭାଗ ମୁଖ୍ୟ ରାସ୍ତାରେ ଦୀର୍ଘ ଦିନ ହେଲା ଖାଲଖମା ଓ କର୍ଦ୍ଦମାକ୍ତ ଯୋଗୁଁ ଲୋକେ ଯାତାୟାତରେ ନାନାଦି ସମସ୍ୟା ଭୋଗୁଛନ୍ତି। ଏପରିକି ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟୁଛି। ଏନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଜଣାଉଥିଲେ ମଧ୍ୟ ବିଭାଗ କର୍ଣ୍ଣପାତ କରୁ ନ ଥିବା ଯୋଗୁଁ ଶେଷରେ ଲୋକେ ବାଧ୍ୟ ହୋଇ ଥାନାର ଦ୍ବାରସ୍ଥ ହୋଇଥିବା ଜଣାପଡିଛି। ସେମାନେ ଅଭିଯୋଗ କରିଛନ୍ତି ଯେ, ଗୁରାଣ୍ଡି ଗ୍ରାମଠାରୁ ଗୋଷାଣି ଗ୍ରାମ ଛକ ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗର ପ୍ରାୟ ତିନି କିମି ରାସ୍ତା ଖାଲଖମା ସୃଷ୍ଟି ହୋଇଛଇ। ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କ ଠାରୁ ଆରମ୍ଭ କରି ସ୍ଥାନୀୟ ପ୍ରଶାସନ ନିକଟରେ ଅନେକ ଥର ଅଭିଯୋଗ ମଧ୍ୟ କରିଆସୁଅଛୁ । ହେଲେ କେହି କର୍ଣ୍ଣପାତ କରୁନାହାନ୍ତି। ଉକ୍ତ ରାସ୍ତାର ଖାଲଖମା ଯୋଗୁଁ ବହୁ ଲୋକେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଆହତ ହେଉଛନ୍ତି। ବର୍ତ୍ତମାନ ଗୁରାଣ୍ଡି-ଗୋଷାଣି ଗ୍ରାମ ରାସ୍ତାର ଗୁରାଣ୍ଡି ଠାରେ ଏକ କଲଭର୍ଟ ନିର୍ମାଣ ପାଇଁ ପୂର୍ତ୍ତ ବିଭାଗ କାମ ଆରମ୍ଭ କରିଛି । ଏଥିପାଇଁ ଅସ୍ଥାୟୀ ମାଟି ରାସ୍ତା ମଧ୍ୟ ନିର୍ମାଣ କରିଛି। ହେଲେ କୌଣସି ଅସ୍ଥାୟୀ ପାଚେରି ନାହିଁ। ସେହିପରି ଏହି ଅସ୍ଥାୟୀ ରାସ୍ତା ବହୁ ଉଚ୍ଚତାରେ ନିର୍ମିତ ହୋଇଛି। ବର୍ଷା ଯୋଗୁଁ ଏହି ରାସ୍ତା କାଦୁଅଭରା ହୋଇ ପଡିଥିବାରୁ ଯାତାୟାତ କରୁଥିବା ପଥଚାରୀମାନେ ନାନା ସମସ୍ୟାରେ ପଡିଥିବା ବେଳେ ଅନେକ ଦୁଇଚକିଆ ଗାଡି ଦୁର୍ଘଟଣାଗ୍ରସ୍ତ ହେଉଛି। ଏହା ସହ ଏହି ଅସ୍ଥାୟୀ ରାସ୍ତା ଉପରେ ୧୧କେଭି ବିଦ୍ୟୁତ ତାର ଯାଇଛି । ବଡ଼ଯାନବାହାନ ଏହି ରାସ୍ତାରେ ଯିବା ବେଳେ କେତେବେଳେ ଯେ ବଡ଼ ଦୁର୍ଘଟଣା ଘଟିପାରେ ଏହାକୁ ଏଡାଯାଇ ନ ପାରେ । ରାସ୍ତାର ଉଚ୍ଚତା ଯୋଗୁ ଗାଡି ଯଥା ଟ୍ରକ୍‌, ବସ ଆଦି ଏହାର ସଂସ୍ପର୍ଶରେ ଆସି ଅଘଟଣର ଆଶଙ୍କା ମଧ୍ୟ ରହିଛି । ଏହି ରାସ୍ତାଟି ଗୁରାଣ୍ଡି ଗ୍ରାମାଞ୍ଚଳର ଲାଇଫ ଲାଇନ ଅଟେ । ଏହି ମୁଖ୍ୟ ରାସ୍ତା ଗୋଷାଣି ବ୍ଲକ ସଦରକୁ ସଂଯୋଗ କରୁଥିବାରୁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ରାସ୍ତା। ତେବେ ଏପରି ସ୍ଥଳେ ଯଦି ଆଗାମୀ ଦିନରେ ବଡ଼ ଧରଣର ଅଘଟଣ ଘଟେ ତେବେ ଦାୟୀ କିଏ ରହିବ ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ତେଣୁ ତୁରନ୍ତ ଏ ଦିଗରେ ସମାଧାନର ବାଟ ବାହାର କରିବା ସହିତ କାହା ସ୍ବାର୍ଥରେ ଏପରି ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇଛି ଏହାର ବିଧିବଦ୍ଧ ତଦନ୍ତ କରି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ଥାନା ଅଧିକାରୀଙ୍କୁ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri