ରାସ୍ତା ମରାମତି ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ

ଦିଗପହଣ୍ଡି,୧୬। ୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ୩୨୬ ନଂ ଜାତୀୟ ରାଜପଥ ସାନଖେମୁଣ୍ଡି ବ୍ଳକ ଚୁଡଙ୍ଗପୁର ଗ୍ରାମର ମୁଖ୍ୟ ରାସ୍ତାରେ ଦୀର୍ଘଦିନ ହେଲା ବଡ଼ ବଡ଼ ଖାଲଖମା ରହିଥିବା ବେଳେ ଏହାର ମରାମତି କରାଯାଉନାହିଁ। ଫଳରେ ଦୁର୍ଘଟଣା ଘଟି ଅନେକ ଲୋକ ମୃତାହତ ହେଉଥିବା ନଜିର ରହିଛି। ଏନେଇ ଗ୍ରାମବାସୀ ବାରମ୍ବାର ଦାବି ଆପତ୍ତି କଲେ ମଧ୍ୟ ରାଜପଥ କର୍ତ୍ତୃପକ୍ଷ କର୍ଣ୍ଣପାତ କରୁନାହାନ୍ତି। ତୁରନ୍ତ ରାସ୍ତା ମରାମତି ଦାବିରେ ଶୁକ୍ରବାର ଅପରାହ୍ନରେ ଉତ୍ତେଜିତ ଗ୍ରାମବାସୀ ଟାୟାର ଜାଳି ମୁଖ୍ୟରାସ୍ତାକୁ ଅବରୋଧ କରିଥିଲେ। ଯାହାଫଳରେ ଅପରାହ୍ନ ୪ ଟାରୁ ୭ ଟା ପର୍ଯ୍ୟନ୍ତ୍ୟ ୩ ଘଣ୍ଟା ବ୍ୟାପୀ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା। ଖବରପାଇ ବ୍ରହ୍ମପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲ୍ଲୀପ କୁମାର ଜେନା ଏବଂ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର,ଏସ.ଆଇ ଜ୍ୟୋତି ରଞ୍ଜନ ବେହେରା ପ୍ରମୁଖ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଗ୍ରାମବାସୀଙ୍କୁ ବୁଝାସୁଝା କରିବା ପରେ ଦୂରଦୂରାନ୍ତରୁ ଗାଡ଼ି ମୋଟରରେ ଆସି ଅଟକି ରହିଥିବା ଯାତ୍ରୀଙ୍କ ସ୍ବାର୍ଥ ପାଇଁ ଗ୍ରାମବାସୀ ରାସ୍ତାରୋକୋ ହଟାଇଥିଲେ ମଧ୍ୟ ଶନିବାର ସକାଳୁ ରାସ୍ତା ନର୍ମାଣ ମରାମତି ଦାୟିତ୍ୱରେ ଥିବା ଜାତୀୟ ରାଜପଥ କର୍ତ୍ତୃପକ୍ଷ ଆସିବା ପର୍ଯ୍ୟନ୍ତ ପୁଣିଥରେ ରାସ୍ତାରୋକ କରାଯିବ ବୋଲି ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri