ଏତଲା ପରେ ରାସ୍ତା ମରାମତି କାମ

ଦେବଗଡ଼,୧୧।୧୦(ଡି.ଏନ୍‌.ଏ.):ପୂର୍ତ୍ତ ବିଭାଗ (ରାସ୍ତା ଓ ସୌଧ) କର୍ତ୍ତୃପକ୍ଷଙ୍କ ଚରମ ଅବହେଳା ଓ ଅଦୂରଦର୍ଶୀତା ଯୋଗୁ ଦେବଗଡ ଜିଲା ଦେଇ ଯାଇଥିବା ରାଞ୍ଚି-ବିଜୟୱାଡା କରିଡର ରାସ୍ତାର ବିଭିନ୍ନ ସ୍ଥାନରେ ବଡବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ରାସ୍ତା ମରଣଯନ୍ତା ସାଜିଛି। ବିଶେଷ ଭାବେ ଦେବଗଡ଼ରୁ ସୁଗୁଡା ମଧ୍ୟରେ ଏକାଧିକ ଗର୍ତ୍ତ ସୃଷ୍ଟି ହୋଇଥିବାବେଳେ ଏହା ଦ୍ୱାରା ପ୍ରତ୍ୟହ ଛୋଟବଡ ଦୁର୍ଘଟଣା ଘଟିବା ସହ ବହୁ ଧନଜୀବନ ହାନୀ ଘଟୁଛି। ଏନେଇ ଜନସାଧାରଣ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ବାରମ୍ବାର ଗୁହାରୀ କଲେ ମଧ୍ୟ କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା ସାଜିଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଏହି କ୍ରମରେ ରବିବାର ପୂର୍ବତନ ଜିଲା କଂଗ୍ରେସ ସଭାପତି ତଥା ଜିଲା କୃଷକ ସଂଘର୍ଷ ସଂଘର ସଭାପତି ସେମ ହେମ୍ରମ ଏଥିପାଇଁ ଦେବଗଡ଼ ପୂର୍ତ୍ତ ବିଭାଗର କନିଷ୍ଠ ଯନ୍ତ୍ରୀ ଦୁବରାଜ ହେମ୍ରମ, ସହକାରୀ ନିର୍ବାହୀ ଯନ୍ତ୍ରୀ ଚିତ୍ତରଞ୍ଜନ ନାୟକ ଓ ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ସାହୁଙ୍କ ଅବହେଳା ଓ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି। ଏଥିସହ ସେମାନଙ୍କ ବିରୋଧରେ ଦେବଗଡ଼ ଥାନାରେ ଲିଖିତ ଏତଲା ଦେଇଥିବା ଜଣାପଡିଛି। ଏତଲା ଦେବା ପରେ ବିଭାଗ ପକ୍ଷରୁ ସୋମବାର କାମ ଆରମ୍ଭ କରାଯାଇଛି। ବିଭାଗ ପକ୍ଷରୁ ଜେସିବି ଦ୍ୱାରା ରାସ୍ତା ମରାମତି କରାଯାଉଥିବା ଦେଖିବାକୁ ମିଳିଛି। ପୂର୍ବତନ ଜିଲା କଂଗ୍ରେସ ସଭାପତି ହେମ୍ରମ ଦେବଗଡ ଆଦର୍ଶ ଥାନାକୁ ରବିବାର ଯାଇ ଥାନା ଅଧିକାରୀ ସୁରେନ୍ଦ୍ର କୁମାର ନାୟକଙ୍କୁ ସାକ୍ଷାତ କରିଥିଲେ। ଏହା ସହ ଉପରୋକ୍ତ ଯନ୍ତ୍ରୀମାନଙ୍କ ବିରୋଧରେ ଆଇପିସିର ଧାରା ୧୨୦ରେ ମାମଲା ରୁଜୁକରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ତାଙ୍କ ଏତଲାରେ ଲିଖିତ ଭାବେ ଦାବି ଜଣାଇଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ, ଗତ ୫ ତାରିଖ ହେମ୍ରମ ନିଜେ ତାଙ୍କ କାରରେ ଉକ୍ତ ରାସ୍ତାରେ ଯାଉଥିବା ବେଳେ ଉକ୍ତ କାରଟି ଏକ ବଡ ଗର୍ତ୍ତରେ ପଡିଯାଇଥିବା ଦର୍ଶାଇବା ସହ ସେ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତି ଯାଇଥିବା ତାଙ୍କ ଏତଲାରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri