ଚାନ୍ଦା କରି ରାସ୍ତା ମରାମତି

ବଇଣ୍ଡା,୫।୭(ଡି.ଏନ.ଏ) ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହୁଥିଲା। ଯାତାୟାତରେ ବଡ଼ ସମସ୍ୟା ଭୋଗୁଥିଲେ ଗ୍ରାମବାସୀ। ଏ ନେଇ ବହୁବାର ପ୍ରଶାସନ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ପ୍ରତିକାର ବ୍ୟବସ୍ଥା ହେଉ ନ ଥିଲା। ଶେଷରେ ଗ୍ରାମବାସୀ ନିଜ ନିଜ ମଧ୍ୟରେ ଚାନ୍ଦା କରି ରାସ୍ତା ମରାମତି କରିଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର ବାଘୁଆନାଳି ଗ୍ରାମବାସୀ ସୋମବାର ଏପରି ଉଦାହରଣୀୟ କାର୍ଯ୍ୟ କରି ପ୍ରଶସିଂତ ହୋଇଛନ୍ତି।
ଗ୍ରାମବାସୀ କହିଛନ୍ତି, ପଞ୍ଚାୟତର ପୋକଣ୍ଡାରୁ ବାଘୁଆନାଳି ଗ୍ରାମକୁ ସଂଯୋଗ କରୁଥିବା ୨ କିଲୋମିଟର ମାଟି ରାସ୍ତା ଶୋଚନୀୟ ହୋଇପଡ଼ିଥିଲା। ଏହା ପଞ୍ଚାୟତ ଅଧୀନରେ ରହିଛି। ହେଲେ ମରାମତି କରାଯାଉ ନ ଥିବା ଯୋଗୁ ବର୍ଷା ହେଲେ ରାସ୍ତା ସମ୍ପୂର୍ଣ୍ଣ କାଦୁଅ ହୋଇଯାଉଛି। ଫଳରେ ଲୋକେ ଯାତାୟାତ କରିପାରୁନାହାନ୍ତି। ଗ୍ରାମବାସୀ ପକ୍କା ରାସ୍ତା ପାଇଁ ବହୁବାର ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିପାରୁ ନ ଥିଲା। ଫଳରେ ଲୋକେ ରାସ୍ତା ମରାମତି କରିଥିବା ଗ୍ରାମବାସୀ କହିଛନ୍ତି। ଏନେଇ ପାଇକସାହି ସରପଞ୍ଚ ନିରୋଜ କାନ୍ତ ସାହୁ କହିଛନ୍ତି, ଉକ୍ତ ରାସ୍ତାକୁ ମରାମତି କରିବା ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୫ ଲକ୍ଷ ଟଙ୍କା ଦିଆଯାଇଥିଲେ ମଧ୍ୟ ଲୋକେ ମରାମତି କରି ନ ଥିଲେ। ଉକ୍ତ ରାସ୍ତାକୁ ପକ୍କା କରିବା ପାଇଁ ପ୍ରଶାସନକୁ ପଞ୍ଚାୟତ ପକ୍ଷରୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri