ଚାନ୍ଦା କରି ରାସ୍ତା ମରାମତି

ବଇଣ୍ଡା,୫।୭(ଡି.ଏନ.ଏ) ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହୁଥିଲା। ଯାତାୟାତରେ ବଡ଼ ସମସ୍ୟା ଭୋଗୁଥିଲେ ଗ୍ରାମବାସୀ। ଏ ନେଇ ବହୁବାର ପ୍ରଶାସନ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ପ୍ରତିକାର ବ୍ୟବସ୍ଥା ହେଉ ନ ଥିଲା। ଶେଷରେ ଗ୍ରାମବାସୀ ନିଜ ନିଜ ମଧ୍ୟରେ ଚାନ୍ଦା କରି ରାସ୍ତା ମରାମତି କରିଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର ବାଘୁଆନାଳି ଗ୍ରାମବାସୀ ସୋମବାର ଏପରି ଉଦାହରଣୀୟ କାର୍ଯ୍ୟ କରି ପ୍ରଶସିଂତ ହୋଇଛନ୍ତି।
ଗ୍ରାମବାସୀ କହିଛନ୍ତି, ପଞ୍ଚାୟତର ପୋକଣ୍ଡାରୁ ବାଘୁଆନାଳି ଗ୍ରାମକୁ ସଂଯୋଗ କରୁଥିବା ୨ କିଲୋମିଟର ମାଟି ରାସ୍ତା ଶୋଚନୀୟ ହୋଇପଡ଼ିଥିଲା। ଏହା ପଞ୍ଚାୟତ ଅଧୀନରେ ରହିଛି। ହେଲେ ମରାମତି କରାଯାଉ ନ ଥିବା ଯୋଗୁ ବର୍ଷା ହେଲେ ରାସ୍ତା ସମ୍ପୂର୍ଣ୍ଣ କାଦୁଅ ହୋଇଯାଉଛି। ଫଳରେ ଲୋକେ ଯାତାୟାତ କରିପାରୁନାହାନ୍ତି। ଗ୍ରାମବାସୀ ପକ୍କା ରାସ୍ତା ପାଇଁ ବହୁବାର ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିପାରୁ ନ ଥିଲା। ଫଳରେ ଲୋକେ ରାସ୍ତା ମରାମତି କରିଥିବା ଗ୍ରାମବାସୀ କହିଛନ୍ତି। ଏନେଇ ପାଇକସାହି ସରପଞ୍ଚ ନିରୋଜ କାନ୍ତ ସାହୁ କହିଛନ୍ତି, ଉକ୍ତ ରାସ୍ତାକୁ ମରାମତି କରିବା ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୫ ଲକ୍ଷ ଟଙ୍କା ଦିଆଯାଇଥିଲେ ମଧ୍ୟ ଲୋକେ ମରାମତି କରି ନ ଥିଲେ। ଉକ୍ତ ରାସ୍ତାକୁ ପକ୍କା କରିବା ପାଇଁ ପ୍ରଶାସନକୁ ପଞ୍ଚାୟତ ପକ୍ଷରୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri