ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ନିମନ୍ତେ ବୁଧବାର ଏକ ଜନ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ଜନସଚେତନତା କାର୍ଯ୍ୟକ୍ରମରେ ନେତୃତ୍ୱ ନେଇଥିଲେ ଲହୁଣୀପଡା ଥାନାର ଆଇପିଏସ ଅଧିକାରିଣୀ ଏସ ସ୍ବାତୀ କୁମାର। ଆଇପିଏସ ଅଧିକାରିଣୀଙ୍କ ତତ୍ତ୍ବାବଧାନରେ ରାଜାମୁଣ୍ଡା ସ୍ଥିତ ପୋଲିସ କାର୍ଯ୍ୟାଳୟରୁ ସମସ୍ତ କର୍ମଚାରୀଙ୍କୁ ନେଇ ହାତରେ ପ୍ଲାକାର୍ଡ ଧରି ଏକ ଶୋଭାଯାତ୍ରାରେ ବାହାରି ଲହୁଣୀପଡା ପଡା ମୁଖ୍ୟ ବଜାର ଦେଇ ମନ୍ଦିର ଛକରୁ ବ୍ଲକ ରାସ୍ତା ପରିକ୍ରମା କରି ରାଜାମୁଣ୍ଡା ପୋଲିସ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ । ତତ୍‌ସହିତ ଦୃତଗତି ମହାବିପତ୍ତି, ସଡକ ସୁରକ୍ଷା ଜୀବନ ରକ୍ଷା, ହେଲମେଟ ପିନ୍ଧି ଗାଡି ଚଲେଇବା, ମଦ୍ୟ ପାନ କରି ଗାଡି ନ ଚଳାଇବା, ସଦାସର୍ବଦା ସିଟ୍‌ ବେଲ୍ଟ ପିନ୍ଧି ଗାଡି ଚଲେଇବା ଆଦି ପ୍ଲା କାର୍ଡ ଦେଖାଇ ଲୋକଙ୍କୁ ସଚେତନ କରିଥିଲେ । ଅଞ୍ଚଳରେ ଦିନକୁ ଦିନ ସଡକ ଦୁର୍ଘଟଣା ଘଟି ବହୁ ମୂଲ୍ୟବାନ ଧନଜୀବନ ନଷ୍ଟ ହେଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ଏହି ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ବଣାଇ ଏସଡିପିଓ ସୌରବ ଓତା, ଲହୁଣୀପଡା ଥାନା ଅଧିକାରୀ ସନ୍ତୋଷ କୁମାର ଜେନା, ଟ୍ରାଫିକ ଇନ୍ସପେକ୍ଟର ସୁଧିର କୁମାର ଖାଲକୋ, ଏସଆଇ ସୁଦର୍ଶନ ବେହେରା, ଏସଆଇ ଗିରିଜା ନନ୍ଦିନୀ ଗର୍ତିଆ, ଏସଆଇ ତପନ କୁମାର ପରିଡାଙ୍କ ସମେତ ସମସ୍ତ କର୍ମଚାରୀ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିବା ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri