ସଡ଼କ ସୁରକ୍ଷା, ଜୀବନ ରକ୍ଷା: ଶୂନ ଦୁର୍ଘଟଣା ରୋକିବାକୁ ଅଣ୍ଟା ଭିଡ଼ିଲେ ଆଇଟିଆଇ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୩।୧୨(ଅରୁଣ ସାହୁ): ଅନେକ ସମୟରେ ନିଶାସକ୍ତ ଅବସ୍ଥାରେ ଗାଡି ଚଲାଇବା କିମ୍ବା ଅନାବଶ୍ୟକ ଦ୍ରୁତ ଗତି ଗାଡି ଚଲାଇବା ଯୋଗୁ ଅକାଳରେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟୁଛି। ଏହାକୁ ରୋକିବା ପାଇଁ ସରକାର ଅନେକ ଯୋଜନା ପ୍ରସ୍ତୁତ କରୁଥିଲେ ମଧ୍ୟ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ଅନେକ ପରିବାର ଏହି ଦୁର୍ଘଟଣା ମୃତ୍ୟୁ ଯୋଗୁ ବେସାହାରା ହୋଇପଡ଼ିଛି। ବିଶେଷ କରି ଯୁବପିଢ଼ିଙ୍କ ସଂଖ୍ୟା ମଧ୍ୟ ଦୁର୍ଘଟଣାଜନିତ ମୃତ୍ୟୁ ବଢୁଛି। ଏହାକୁ ରୋକିବା ପାଇଁ ବ୍ୟାପକ ଜନସଚେତନର ଆବଶ୍ୟକତା ପଡୁଛି।

ଏହି କ୍ରମରେ ବୁଧବାର ଦାରିଙ୍ଗବାଡି ସରକାରୀ ଆଇଟିଆଇ ପକ୍ଷରୁ ବ୍ୟାପକ ସଚେତନ କାର୍ଯ୍ୟକ୍ରମ କରାଯାଇଛି। ଆଇଟିଆଇର ଅଧ୍ୟକ୍ଷ ଅଶୋକ ପ୍ରଧାନଙ୍କ ନେତୃତ୍ୱରେ ଶତାଧିକ ଛାତ୍ରୀଛାତ୍ର ହାତରେ ପ୍ଲାକାର୍ଡ ଧରି ଆଇଟିଆଇରୁ ବିରାଟ ଶୋଭାଯାତ୍ରାରେ ବାହାରି ବସ ଷ୍ଟାଣ୍ଡ, ଚାରିଛକ, ତିନି ଛକ, ଶିବମନ୍ଦିର ଛକ ସମେତ ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ଲୋକଙ୍କୁ ଶୂନ ଦୁର୍ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। ଏହି ସଚେତନ ସମୟରେ ଟ୍ରେନିଂ ଅଫିସର ଲିଙ୍ଗରାଜ ସାହୁଙ୍କ ସମେତ ଅନ୍ୟ ଅଧିକାରୀ, ଶିକ୍ଷୟିତ୍ରୀଶିକ୍ଷକ, ପୋଲିସ ସୁରକ୍ଷା କର୍ମୀ ଯୋଗଦେଇଥିଲେ। ଅନ୍ୟ କର୍ମକର୍ତ୍ତା ତଥା ଅନିଲ କୁମାର ବେହେରା, ଭୂପେନ୍ଦ୍ର ପୁରାସେଠ, ଅନୁଭୂତି ବାଲା, ସରୋଜିନୀ ଦାସ, ବିକାଶ ରଞ୍ଜନ, ପ୍ରତାପ ସିଂହ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri