ଏଏସ୍‌ଜି ହସ୍ପିଟାଲ ପକ୍ଷରୁ ସଡ଼କ ସୁରକ୍ଷା ସପ୍ତାହ

ଭୁବନେଶ୍ୱର,୧୨।୧: ରାଜ୍ୟର ପ୍ରମୁଖ ଘରୋଇ ହସ୍ପିଟାଲ ଏଏସ୍‌ଜି ନେତ୍ର ଚିକିତ୍ସାଳୟ, ଭୁବନେଶ୍ୱର ପକ୍ଷରୁ ବୁଧବାର ଏକ ଜନସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ଏଏସ୍‌ଜି ନେତ୍ର ଚିକିତ୍ସାଳୟଠାରେ ସଡ଼କ ସୁରକ୍ଷା ସପ୍ତାହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ଟ୍ରାଫିକ୍‌ ଏସିପି ସ୍ବସ୍ତିକ ପଣ୍ଡା, ମହର୍ଷି କଲେଜ ଅଫ୍‌ ନାଚୁରାଲର ଫ୍ଲାଇଟ୍‌ ଲ୍ୟୁଟ୍‌ନଣ୍ଟ ଡା. ମିହିର ସାରନ୍‌, ଏଏସ୍‌ଜି ନେତ୍ର ଚିକିସତ୍ାଳୟ ଭୁବନେଶ୍ୱରର ମେଡିକାଲ ଡାଇରେକ୍ଟର ଡା. ବିଘ୍ନରାଜ ପାଲ, ସେଣ୍ଟର ମ୍ୟାନେଜର ବିଶ୍ୱଜିତ ମିଶ୍ର ଏବଂ ମାର୍କେଟିଂ ମ୍ୟାନେଜର ଅରବିନ୍ଦ ଜେନାଙ୍କ ସମେତ ମେଡିକାଲ ରେଟିନା କନ୍‌ସଲଟାଣ୍ଟ ଡା. ଗାୟତ୍ରୀ କାନୁନ୍‌ଗୋ ପ୍ରମୁଖ ଅଂଶ ଗ୍ରହଣକାରୀମାନଙ୍କୁ ପ୍ରୋତ୍ସାହିତ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଯେଉଁ ବ୍ୟକ୍ତିମାନେ ଟ୍ରାଫିକ୍‌ ନିୟମ ପାଳନ କରି ଯାନବାହନ ଚଳାଉଥିଲେ ସେମାନଙ୍କୁ ଏଏସ୍‌ଜି ନେତ୍ର ଚିକିତ୍ସାଳୟର ମାଗାଣା ହେଲ୍‌ଥ କାର୍ଡ ଏବଂ ଗୋଲାପ ଫୁଲତୋଡ଼ା ଦେଇ ଚିକିତ୍ସାଳୟର କର୍ମଚାରୀମାନେ ସମ୍ବର୍ଦ୍ଧନା କରିଥିଲେ। ଏହି ପରିପ୍ରେକ୍ଷୀରେ ଟ୍ରାଫିକ୍‌ କର୍ମଚାରୀମାନଙ୍କୁ ଚଷମା ବଣ୍ଟନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ରମାଦେବୀ ମହିଳା ମହାବିଦ୍ୟାଳୟ ଏବଂ ମହର୍ଷି ମହାବିଦ୍ୟାଳୟର ଏନ୍‌ସିସି ଛାତ୍ରୀଛାତ୍ରମାନେ ଯୋଗଦାନ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri