ସଡ଼କ ସୁରକ୍ଷା, ଶ୍ରମିକଙ୍କ ସମସ୍ୟା ନେଇ ଗୁରୁତ୍ୱ

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): ସଡ଼କ ଦୁର୍ଘଟଣା ହ୍ରାସ କରିବା, ଯାତାୟାତ ନିୟମର ଅନୁପାଳନ ଏବଂ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଲକ୍ଷ୍ୟରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି ପକ୍ଷରୁ ଶୁକ୍ରବାର ଦୁଇଟି ପୃଥକ୍‌ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଥୁଆମୂଳ ରାମପୁର ତାଲୁକ ଆଇନ ସେବା କମିଟି ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମ ସ୍ଥାନୀୟ ମାଜିଷ୍ଟ୍ରେଟ୍‌ ଡକ୍ଟର ତାରିଣୀ ପ୍ରସାଦ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମ୍ପନ୍ନ ହୋଇଥିଲା। ଦିନର ପ୍ରଥମାର୍ଦ୍ଧରେ ସଡ଼କ ସୁରକ୍ଷା ଉପରେ ଏକ ସଚେତନତା ରାଲି ସ୍ଥାନୀୟ କୋର୍ଟ କାର୍ଯ୍ୟାଳୟରୁ ବାହାରି ସହର ପରିକ୍ରମା କରିଥିଲା। ଏହି ରାଲିରେ ତାଲୁକ ଆଇନ ସେବା କମିଟିର ସଦସ୍ୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବହୁ ସଂଖ୍ୟକ ଛାତ୍ରୀଛାତ୍ର ପ୍ଲାକାର୍ଡ ଓ ବାନର ଧରି ସାମିଲ ହୋଇଥିଲେ।

ସେହିପରି ଅପରାହ୍ନରେ ଥୁଆମୂଳ ରାମପୁରର ଖଣ୍ଡୁଆଳ ବାବା ଖେଳ ପଡ଼ିଆସ୍ଥିତ ଜିମ ହଲ୍‌ରେ ପ୍ରବାସୀ ଶ୍ରମିକଙ୍କ ସୁରକ୍ଷା, ଅଧିକାର ଓ ସରକାରୀ ଯୋଜନା ସମ୍ବନ୍ଧୀୟ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମାଜିଷ୍ଟ୍ରେଟ ଡକ୍ଟର ସାହୁଙ୍କ ସମେତ ଆଇନଜୀବୀ ମନୋରଞ୍ଜନ ନାଏକ, ‘କର୍ତ୍ତବ୍ୟ’ ଅନୁଷ୍ଠାନର କ୍ଷେତ୍ର ସଂଯୋଜକ ସନ୍ତୋଷ ଦାସ, ସୁଦର୍ଶନ ନାଏକ, ସ୍ଥାନୀୟ ସବ-ପୋଷ୍ଟ ମାଷ୍ଟର ତୁଳସୀ ରାମ ମାଝୀ ଏବଂ ରାଜମିସ୍ତ୍ରୀ ସଂଘ ସଭାପତି ଗୋବିନ୍ଦ ନାଏକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରବାସୀ ଶ୍ରମିକମାନେ କାମକୁ ଯିବା ପୂର୍ବରୁ ଶ୍ରମ ବିଭାଗରେ ନାମ ପଞ୍ଜୀକରଣ କରିବା, ଚୁକ୍ତିପତ୍ର ପଢ଼ି ବୁଝିବା, ମଧ୍ୟସ୍ଥିଙ୍କ ଠକେଇରୁ ସତର୍କ ରହିବା ଏବଂ ଜରୁରୀ ସହାୟତା ନମ୍ବର (୧୫୧୦୦) ସମ୍ପର୍କରେ ଶ୍ରମିକମାନଙ୍କୁ ବିସ୍ତୃତ ଭାବେ ବୁଝାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ଶ୍ରମିକ ଓ ଜନସାଧାରଣ ଉପସ୍ଥିତ ରହି ସୂଚନା ଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳାହାଣ୍ଡିର ପ୍ରାଚୀନ ପରମ୍ପରା: ଥୁଆମୂଳ ରାମପୁର ପୀଠରେ ବସିଲା “କଣ୍ଟା ଗାଦିଆ”, ଶ୍ରଦ୍ଧାଳୁଙ୍କ ଭିଡ

ଥୁଆମୂଳ ରାମପୁର,୨୮ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସ୍ଥିତ ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବ ଦେବଙ୍କ ପୀଠରେ ଦୀର୍ଘ ବର୍ଷର ପାରମ୍ପରିକ ରୀତିନୀତି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?