Posted inଖେଳ

କ୍ରିକେଟର୍‌ଙ୍କ ଭଗବାନଙ୍କୁ ଏମିତି କହିଲେ ସେହ୍ବାଗ, ଭିଡିଓ ଭାଇରାଲ୍‌

ରାୟପୁର,୯।୩: ଛତିଶଗଡର ରାଜଧାନୀ ରାୟପୁରରେ ସଡକ ସୁରକ୍ଷା ବିଶ୍ୱ ସିରିଜ ଖେଳାଯାଉଛି। ଗତ ବର୍ଷ ମୁମ୍ବାଇରେ ୪ଟି ମ୍ୟାଚ ପରେ ଟୁର୍ନାମେଣ୍ଟକୁ କରୋନା ଯୋଗୁ ସ୍ଥଗିତ ରଖାଯାଇଥିଲା। ମାର୍ଚ୍ଚ ୫ରୁ ପୁଣି ଥରେ ମ୍ୟାଚ ଆରମ୍ଭ ହୋଇଛି। ଏଥିରେ ୬ଟି ଦଳ ଯୋଗ ଦେଉଛନ୍ତି। ସଚିନ ତେନ୍ଦୁଲକରଙ୍କ ଅଧିନାୟକତ୍ୱରେ ଇଣ୍ଡିଆ ଲିଜେଣ୍ଡସ୍‌ ଚମତ୍କାର ପ୍ରଦର୍ଶନ କରିଛି। ଦଳ ଏପର୍ଯ୍ୟନ୍ତ ଖେଳାଯାଇଥିବା ୩ଟି ମ୍ୟାଚ ଜିତି ପଏଣ୍ଟ ଟେବୁଲରେ ଶୀର୍ଷରେ ଅଛି।
ମ୍ୟାଚର ପ୍ରଥମ ଦିନରେ ବୀରେନ୍ଦ୍ର ସେହ୍ବାଗ ତାଙ୍କ ଟୁଇଟରରେ ଏକ ଭିଡିଓ ଅପଲୋଡ କରିଥିଲେ। ଏହି ଭିଡିଓରେ ସଚିନ ଜଣେ ଫିଜିଓଥେରାପିଷ୍ଟଙ୍କ ସହ ବସିଥିବାର ନଜର ଆସିଛନ୍ତି। ସେହ୍ବାଗ କହିଛନ୍ତି ଯେ, ଆମର ଭଗବାନ, ଏବେ କ୍ରିକେଟ ଖେଳିବାକୁ ଆଉ ଇଚ୍ଛା ନାହିଁ। ଛୁଞ୍ଚି ଲଗାଇ ମ୍ୟାଚ ଖେଳିବେ। ଏନେଇ ସେହ୍ବାଗ ଯୁବରାଜଙ୍କୁ ପଚାରିବାରୁ ସେ କହିଥିଲେ ଯେ ତୁମେ ଶେର୍‌ କିନ୍ତୁ ସେ ବବ୍ବର ଶେର୍‌। ସେହ୍ବାଗ ସଚିନଙ୍କ ପ୍ରତିକ୍ରିୟା ପଚାରିଥିଲେ, ସେ କହିଥିଲେ ଯେ ଆପଣଙ୍କ ସାମ୍ନାରେ କେହି ପ୍ରତିକ୍ରିୟା ଦେଇ ପାରିବେ କି? ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

https://twitter.com/virendersehwag/status/1368925312386441224


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri