ସଡ଼କ ସୁରକ୍ଷା ସଚେତନତା: ଦ୍ରୁତଗତିରେ ଗାଡ଼ି ନ ଚଳାଇବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ସଭାଗୃହଠାରେ ସଡ଼କ ସୁରକ୍ଷା ସପ୍ତାହ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ତହସିଲଦାର ନମିତା ପ୍ରଧାନ, ଏମ୍‌ଭିଆଇ ପ୍ରଶାନ୍ତ କୁମାର ଦାସଙ୍କ ସମେତ ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା, ସରକାରୀ ଆଇଟିଆଇର ଶିକ୍ଷୟିତ୍ରୀ ସରୋଜିନୀ ଦାସ, ଡ. ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରତାପ ବେହେରା, ବାଲିଗୁଡ଼ା କଲେଜର ଅଧ୍ୟାପକ ଡଃ ବିଭୂତି ଭୂଷଣ ଆଚାର୍ଯ୍ୟ, ଏପିଓ କେଦାର ଚନ୍ଦ୍ର ପଣ୍ଡା ପ୍ରମୁଖ ମଞ୍ଚାସୀନ ରହି ଉପସ୍ଥିତ କଲେଜ ଛାତ୍ରୀଛାତ୍ରଙ୍କୁ ସଡ଼କ ସୁରକ୍ଷା ପ୍ରତି ସଚେତନ କରିଥିଲେ। ଦ୍ରୁତଗତିରେ ଗାଡ଼ି ନ ଚଳାଇବା, ଗାଡ଼ି ଚଳାଇବା ବେଳେ ମୋବାଇଲ ବ୍ୟବହାର ନ କରିବା, ହେଲମେଟ୍‌ ବ୍ୟବହାର କରିବା, ଡ୍ରାଇଭିଂ ଲାଇସେନ୍ସ କରିବା, ନାବାଳିକା ଓ ନାବାଳକ ଗାଡ଼ି ନ ଚଳାଇବା ଆଦି ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦିଆଯାଇଥିଲା। ଏବେ ଅନେକ ବୟସର ବାଇକ୍‌ ଚାଳକ ଦ୍ରୁତଗତିରେ ଚଳାଇବା, ଷ୍ଟଣ୍ଟ୍‌ ଦେଖାଇବା ଆଦି ବିଭିନ୍ନ କାରଣରୁ ଦୁର୍ଘଟଣା ଘଟୁଥିବା କୁହାଯାଇଥିଲା।

ଏକ ରିପୋର୍ଟରୁ ଜଣାଯାଇଛି ଯେ, ଗତ ଶେଷ ୨୮ଟି ଦୁର୍ଘଟଣା ମଧ୍ୟରୁ ୨୭ ଅନୁସୂଚିତ ଜନଜାତି ଓ ଜାତି ସମ୍ପ୍ରଦାୟର ଯୁବ ଗୋଷ୍ଠୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୮ଟି ଗାଡ଼ି ଅନ୍ୟ ମଲିକଙ୍କଠାରୁ ମାଗିନେଇଛନ୍ତି, ମାତ୍ର ୪ ଜଣଙ୍କ ବ୍ୟକ୍ତିଗତ ବୀମା ରହିଥିବା ବେଳେ ଅନ୍ୟମାନଙ୍କ ବୀମା ନ ଥିବା ଜଣାପଡ଼ିଛି। ସେହିପରି ଏହି ୨୮ଟି ମୋଟର ସାଇକେଲ ଦୁର୍ଘଟଣାରୁ ଅଧିକାଂଶ ମଦ୍ୟପାନ କରି ଗାଡ଼ି ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri