ଆଜି ରାଜଧାନୀରେ ନଡ୍ଡା, ଫୁଲବାଣୀରେ ଖାର୍ଗେଙ୍କ ରୋଡ୍‌ ଶୋ

ଭୁବନେଶ୍ୱର,୧୬।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନରେ ଭାଜପା ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ବୁଧବାର ସା ସମୟରେ ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହାପରେ ସେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ଆୟୋଜିତ କର୍ମଶାଳାରେ ଯୋଗଦେଇଛନ୍ତି। ଗୁରୁବାର ସେ ଭୁବନେଶ୍ୱରଠାରେ ଅନୁଷ୍ଠିତ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେବା ସହ ଲିଙ୍ଗରାଜଙ୍କ ଦର୍ଶନ କରିବେ। ନଡ୍ଡା ମାଉସୀମା’ ମନ୍ଦିରରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ୍‌ ଶୋ କରିବେ। ଏହାପରେ ନଡ୍ଡା ବରଗଡ଼ର ପଦ୍ମପୁର ଏବଂ ସୁନ୍ଦରଗଡ଼ଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ। ଅନ୍ୟପଟେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ମଲିକାର୍ଜୁନ ଖାର୍ଗେ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଫୁଲବାଣୀଠାରେ ଏକ ରୋଡ୍‌ ଶୋ ରେ ଯୋଗ ଦେବାକୁ ଥିବାବେଳେ ଅପରାହ୍ନରେ ସ୍ଥାନୀୟ ଏକ ହୋଟେଲରେ ଖବରଦାତା ସମ୍ମିଳନୀ କରିବେ। ଏହାପରେ ସେ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି। ସେହିପରି ଏହାର ୨ଦିନ ପରେ କଂଗ୍ରେସ ନେତା ପଓ୍ବନ ଖେରା ଏବଂ ଆସନ୍ତା ୪ ଦିନ ପରେ ସଚିନ ପାଇଲଟଙ୍କ ବାଲେଶ୍ୱର ଓ ଭଦ୍ରକ ଗସ୍ତ କାର୍ଯ୍ୟକ୍ରମ ଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।

ଓଡ଼ିଶା ଗସ୍ତରେ ଥିବା ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଗୁରୁବାର ଝାରସୁଗୁଡ଼ା ଏବଂ ସମ୍ବଲପୁରଠାରେ ଅନୁଷ୍ଠିତ ନିର୍ବାଚନ ପ୍ରଚାର କାର୍ଯ୍ୟରେ ଯୋଗଦେବେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବ୍ରଜରାଜନଗର, ବଣାଇ ଏବଂ ବରଗଡ଼ର ଅତାବିରାଠାରେ ଏବଂ ସନ୍ଧ୍ୟାରେ ଜଟଣୀଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ୧୭ ତାରିଖରେ କଟକ ସଦର ନିର୍ବାଚନମଣ୍ଡଳୀର କିଶୋରନଗର, କଣ୍ଟାବାଞ୍ଜି, ଲୋଇସିଂହା ଏବଂ ସାରେ ଡେଲାଙ୍ଗ-କଣାସଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଗୁରୁବାର ବିଜେପୁର, ବୀରମହାରାଜପୁର ଏବଂ ୧୭ରେ ତଳସରା, ସୁନ୍ଦରଗଡ଼ ଓ ରାଜଗାଙ୍ଗପୁରଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଗୁରୁବାର ହିଞ୍ଜିଳିଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ସେହିପରି ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ୧୭ରେ ଭୁବନେଶ୍ୱରର ସାଲିଆସାହି, କଟକ ସଦର ନିର୍ବାଚନମଣ୍ଡଳୀର କିଶୋରନଗର ଏବଂ ପିପିଲିଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ଏହାସହ ଏମ୍‌ପି ନବନୀତ ରାଣା ୧୭ରେ ରଘୁନାଥପଲୀ, କଣ୍ଟାମାଳଠାରେ ଏବଂ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ୍‌ ସେହିଦିନ ସାନଖେମୁଣ୍ଡି, ଦଶପଲ୍ଲା ଏବଂ ଜି.ଉଦୟଗିରିଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ରେଳମନ୍ତ୍ରୀ ଅଶି୍ବନୀ ବୈଷ୍ଣବ ଆସନ୍ତା ୧୭ରେ କଟକର ନରସିଂହପୁର, ଆଠଗଡ଼ ଏବଂ ୧୮ରେ ବଣାଇ ଓ ସୁନ୍ଦରଗଡ଼ଠାରେ ଅନୁଷ୍ଠିତ ଜନସଭାରେ ଯୋଗଦେବେ ବୋଲି ଦଳର ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ବୁଧବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?