Posted inଜାତୀୟ

ମୋଦିଙ୍କୁ ଟାର୍ଗେଟ କଲେ ମମତା, କହିଲେ ମତଦାନ ଦିନ ରୋଡ ଶୋ’ କରିବାକୁ ନାହିଁ ଅନୁମତି

ଅହମ୍ମଦାବାଦ,୫।୧୨: ସୋମବାର ଗୁଜୁରାଟର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମତଦାନ ଦିନ ରୋଡ ଶୋ’ ଅନୁମତିପ୍ରାପ୍ତ ନୁହେଁ, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ଦଳ, ସେମାନେ ସବୁ କିଛି କରିପାରିବେ ହେଲେ ସେମାନଙ୍କର କେହି କିଛି କରିପାରିବେ ନାହିଁ। ସୋମବାର ଅହମ୍ମଦାବାଦ ସହରର ଏକ ମତଦାନ ବୁଥରେ ପ୍ରଧାନମନ୍ତ୍ରୀ ମୋଦି ନିଜ ମତବ୍ୟସ୍ତ କରିଛନ୍ତି।
ସୋମବାରଠାରୁ ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମମତା ବାନାର୍ଜୀ। ଦିଲ୍ଲୀରେ ଅବତରଣ କରିବା ପରେ ସେ ସିଧାସଳଖ ରାଷ୍ଟ୍ରପତି ଭବନକୁ ଯିବେ। ତେବେ ଜି -୨୦ ଲୋଗୋକୁ ନେଇ ବିବାଦ ଉପରେ ସେ କହିଛନ୍ତି ଯେ, ଯଦିଓ ପଦ୍ମ ଆମର ଜାତୀୟ ଫୁଲ, ଏହା ମଧ୍ୟ ଏକ ରାଜନୌତିକ ଦଳର ଲୋଗୋ, ତେଣୁ ଏହାକୁ ଜି -୨୦ ଲୋଗୋ ଭାବରେ ବ୍ୟବହାର କରାଯିବା ଉଚିତ ନୁହେଁି। କେନ୍ଦ୍ର ଜି -୨୦ ଲୋଗୋ ପାଇଁ ପଦ୍ମ ବ୍ୟତୀତ ଅନ୍ୟ କୌଣସି ଜାତୀୟ ପ୍ରତୀକ ବ୍ୟବହାର କରିପାରିବ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri