ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ ସାଜେନ୍ତୀ କିର୍ସାନୀ, ସମିତିସଭ୍ୟ ବିନୋଦିନୀ ସମାର୍ଡୀ, ସମସ୍ତ ୱାର୍ଡସଭ୍ୟ, ନାଏବ ସରପଞ୍ଚ ମନ ଚାଲାଣ, ସିଡିପିଓ ମିନତି ବାଳା ପଟ୍ଟନାୟକ, ସହକାରୀ ଯନ୍ତ୍ରୀ ଗୋପାଳ ମିଞ୍ଜ, ଗ୍ରାମ୍ୟ ଜଳଯୋଗାଣ ଯନ୍ତ୍ରୀ କାହୁଁ ଚରଣ ସେଠୀ ଓ ଡାକ୍ତର ବିଶ୍ୱନାଥ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପଞ୍ଚାୟତବାସୀ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରୁ ଚିତଲପୁଟ ଗ୍ରାମ ମରଣଯନ୍ତା ରାସ୍ତା ତୁରନ୍ତ ନିର୍ମାଣ କରିବାକୁ ଅଭିଯୋଗ କରିଥିଲେ। ବାହିରିପଡ଼ା ସ୍କୁଲ ରାସ୍ତା, ପୁରୁଣା ବ୍ଲକ କାର୍ଯ୍ୟାଳୟରୁ ମାଉସୀମା ମନ୍ଦିର ଦାଣ୍ଡ ପ୍ରଶସ୍ତିକରଣ, ଲଙ୍ଗଳା ଭୈରବ ମନ୍ଦିରକୁ ରାସ୍ତା ନିର୍ମାଣ, ସରସ୍ବତୀ ଓ ବ୍ଲକ ସଦର ମହକୁମାର ରାସ୍ତାଘାଟ ଓ ୭ ସାହିରେ ଷ୍ଟ୍ରିଟ୍‌ ଲାଇଟ୍‌ ବ୍ୟବସ୍ଥା କରିବାକୁ ଅଭିଯୋଗ ପତ୍ର ପ୍ରଦାନ କରିଥିଲେ। ସମସ୍ତ ଅଭିଯୋଗ ପଞ୍ଜୀକୃତ କରାଯାଇଛି। ବ୍ଲକ ଓ ଜିଲାସ୍ତରୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରି ସମସ୍ୟାଗୁଡ଼ିକ ସମାଧାନ କରାଯିବ ବୋଲି ବିଡିଓ ଦୋରା ସୂଚନା ଦେଇଛନ୍ତି। ପିଇଓ ଦିବାକର ପୁରୋହିତ ଶିବିର ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri