ଧାନ କିଣା ସମସ୍ୟାକୁ ନେଇ ରାସ୍ତାରୋକୋ

ବାରିପଦା ଅଫିସ,୨୯ା୧୨- ଧାନର ଅଭାବୀ ବିକ୍ରୀ ଓ ମଣ୍ଡିରେ ଧାନକିଣା ସମସ୍ୟାକୁ ନେଇ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ସୋମବାର ମୟୂରଭଞ୍ଜ ଜିଲା ୧୮ ନଂ. ଜାତୀୟ ରାଜପଥର କୁଳିଅଣା ଛକଠାରେ ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଫଳରେ ଉକ୍ତ ରାସ୍ତାରେ ୨ଘଣ୍ଟା ଧରି ଯାନବାହନ ଚଳପ୍ରଚଳ ବନ୍ଦ ହୋଇଯାଇଥିଲା। ଉତ୍ତେଜନା ପ୍ରକାଶ ପାଇବାରୁ ଘଟଣାସ୍ଥଳରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ବିକ୍ଷୋଭକାରୀଙ୍କୁ ପୋଲିସ ଗିରଫ କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ସୂଚନା ଅନୁଯାୟୀ, ସଂଗଠନ ପକ୍ଷରୁ ଚାଷୀଙ୍କ ସମସ୍ୟାକୁ ନେଇ ପୂର୍ବରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଥିଲା। ଗ୍ରାମାଞ୍ଚଳରେ ଧାନ କୁଇଣ୍ଟାଲ ପିଛା ହଜାରେ/୧୨ଶହ ଟଙ୍କାରେ ବିକ୍ରୀ ବନ୍ଦ କରିବା, ଧାନମଣ୍ଡିରେ କୁଇଣ୍ଟାଲ ପିଛା ୫ରୁ ୧୦କିଲୋ ଧାନ କାଟଣି ବନ୍ଦ କରିବା, ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ସ୍ଥାପନ, ଚାଷୀଙ୍କୁ ଅଖା ଟଙ୍କା ଫେରସ୍ତ, ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ଜଙ୍ଗଲ ଜନ୍ତୁଙ୍କ ଦ୍ୱାରା ଫସଲ ନଷ୍ଟର ଆକଳନ କରି ସଠିକ ଟଙ୍କା ପ୍ରଦାନ କରିବା ଆଦି ଦାବିଗୁଡ଼ିକ ସମ୍ପର୍କରେ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ ା ୭ଦିନ ମଧ୍ୟରେ ଚାଷୀଙ୍କ ସମସ୍ୟାର ସମାଧାନ କରିବାକୁ ପ୍ରଶାସନିକ ସ୍ତରରେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରାଯାଇ ନ ଥିବାରୁ ସଂଗଠନ ପକ୍ଷରୁ ରାସ୍ତା ଅବରୋଧ କରାଯାଇଥିଲା। ସଂଗଠନର ଚିନୁ ଦାସଙ୍କ ନେତୃତ୍ୱରେ ପ୍ରାଣବନ୍ଧୁ ପଲେଇ, ହରିଚନ୍ଦନ ଦାସ, ମଙ୍ଗଲ ଚନ୍ଦ୍ର ସିଂ, ଗୋବିନ୍ଦ ମାରାଣ୍ଡି, କାଶରାୟ ଟୁଡୁ, କୁନା ମାରାଣ୍ଡି, ପ୍ରହ୍ଲାଦ ନାଏକ, ରବୀନ୍ଦ୍ର କୋର, ଦେବେନ୍ଦ୍ର ନାଏକ, ଲକ୍ଷ୍ମଣ ନାଏକ ପ୍ରମୁଖ ବିକ୍ଷୋଭରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri