ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା  ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରାସ୍ତ ବନ୍ଦ ହେବାରୁ ବାଧ୍ୟ ହୋଇ ଶିକ୍ଷକମାନେ ଛାତ୍ରଛାତ୍ରୀଙ୍କୁ ଦୀର୍ଘ ୪ ଘଣ୍ଟା ଧରି ରାସ୍ତା ଉପରେ ପାଠ ପଢ଼ାଇଥିଲେ। ପରେ ପୋଲିସ ପ୍ରଶାସନ ଓ ରାଜସ୍ୱ ବିଭାଗୀୟ ଅଧିକାରୀମାନେ ପହଞ୍ଚି ଗ୍ରାମବାସୀଙ୍କୁ ନେଇ ଏହାର ସମାଧାନ କରିବା ପରେ ପିଲାମାନେ ସ୍କୁଲ ଭିତରକୁ ପ୍ରବେଶ କରିଥିଲେ।

ମିଳିଥିବା ସୂଚନା ମୁତାବକ, ନାଇକେନପାଲି ଗ୍ରାମର ସ୍ୱର୍ଗତ ଶ୍ରୀବଚ୍ଛ ସାହୁ ଆଜକୁ ୩୦ ବର୍ଷ ପୂର୍ବେ ଗ୍ରାମବାସୀ ଓ ସ୍କୁଲ ପ୍ରଶାସନର ସହମତିରେ ନିଜ ଜମିକୁ ବିଦ୍ୟାଳୟକୁ ହସ୍ତାନ୍ତର କରିଥିଲେ ଏବଂ ଏହାର ବଦଳରେ ରାଜସ୍ୱ ବିଭାଗ ପକ୍ଷରୁ ତାଙ୍କୁ ଅନ୍ୟ ଏକ ଜମିର ପଟ୍ଟା ଦିଆଯାଇଥିଲା। ସେହି ଜମି ଦେଇ ହିଁ ସ୍କୁଲକୁ ଯିବା ପାଇଁ ରାସ୍ତା ତିଆରି ହୋଇଥିଲା, ଯାହାକୁ ଦୈନନ୍ଦିନ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଅଙ୍ଗନୱାଡି କେନ୍ଦ୍ରର ଛାତ୍ରଛାତ୍ରୀମାନେ ଯିବାଆସିବା ପାଇଁ ବ୍ୟବହାର କରିଥାଆନ୍ତି।

ତେବେ ଗୁରୁବାର ସକାଳ ପ୍ରାୟ ୯:୩୦ ମିନିଟ୍ ସମୟରେ ସ୍ୱର୍ଗତ ଶ୍ରୀବଚ୍ଛଙ୍କ ତିନି ପୁଅଙ୍କ ମଧ୍ୟରୁ ମାଲ ସାହୁ ନାମକ ଜମି ମାଲିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଗଛ ପକାଇ ରାସ୍ତାକୁ ସମ୍ପୂର୍ଣ୍ଣ ଅବରୋଧ କରିଦେଇଥିଲେ। ଏହି କାରଣରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମେତ ଦୁଇଟି ଅଙ୍ଗନୱାଡି କେନ୍ଦ୍ର ଏବଂ ଶିଶୁ ବାଟିକାର ମୋଟ ୧୩୩ ଜଣ ଛାତ୍ରଛାତ୍ରୀ ସ୍କୁଲ ଭିତରକୁ ଯାଇପାରି ନଥିଲେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜେଠୁ ସାହୁ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବଳରାମ ପଧାନ, ଅନ୍ୟ ଶିକ୍ଷକଶିକ୍ଷୟିତ୍ରୀ ଏବଂ ଅଙ୍ଗନୱାଡି କର୍ମୀମାନେ ବାଧ୍ୟ ହୋଇ ରାସ୍ତା ଉପରେ ପିଲାମାନଙ୍କୁ ପାଠ ପଢ଼ାଇଥିଲେ। ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଚାଲିଥିବା ଏହି ବିଦ୍ୟାଳୟର ପିଲାମାନେ ବାହାରେ ପାଠ ପଢ଼ିବା ଦୃଶ୍ୟ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା।

ଘଟଣା ସମ୍ପର୍କରେ ଜାଣିବା ପରେ ଗ୍ରାମବାସୀ ସ୍ଥାନୀୟ ପୋଲିସ ଓ ରାମପୁର ତହସିଲଦାରଙ୍କୁ ଅବଗତ କରାଇଥିଲେ। ଖବର ପାଇ ରାମପୁର ଥାନା ଅଧିକାରୀ ବିନୋଦିନୀ ବରିହା, ରାମପୁର ରାଜସ୍ୱ ନିରୀକ୍ଷକ ପଞ୍ଚାନନ ନାଏକ ଏବଂ ସିଆରସିସି ପ୍ରଦୀପ୍ତ ଦାଶ ଘଟଣାସ୍ଥଳରେ ପହଞ୍ଚିଥିଲେ। ପ୍ରଶାସନିକ ଅଧିକାରୀମାନେ ଗ୍ରାମବାସୀଙ୍କୁ ନେଇ ଜମି ଭାଗବଣ୍ଟା ଓ ବିବାଦର ସମାଧାନ କରିବା ପରେ ଦିନ ୧୨:୩୦ ମିନିଟ୍ ସମୟରେ ମାଲ ସାହୁ ରାସ୍ତାରୁ ଗଛ ହଟାଇଥିଲେ।

ଏହିପରି ଭାବେ ପ୍ରାୟ ୪ ଘଣ୍ଟା ଧରି ପିଲାମାନଙ୍କ ପାଠପଢ଼ାରେ ବାଧା ସୃଷ୍ଟି ହୋଇଥିଲା। ରାସ୍ତା ଖୋଲାଯିବା ପରେ ଶିକ୍ଷକମାନେ ଛାତ୍ରଛାତ୍ରୀଙ୍କୁ ସ୍କୁଲ ଭିତରକୁ ପ୍ରବେଶ କରାଇ ପାଠପଢ଼ା ଜାରି ରଖିଥିଲେ ଏବଂ ପରେ ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?