ସୂଚନା ଫଳକରେ ଅଟକିଛି ରାସ୍ତା କାମ

ଯୋଡ଼ା, ୩୦ା୫(ଡି.ଏନ.ଏ.): ରାଜ୍ୟର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଗଣିତ କେନ୍ଦୁଝର ଜିଲାର ଯୋଡ଼ା ବ୍ଲକରେ ଅବସ୍ଥିତ ହାଣ୍ଡିଭଙ୍ଗା ଜଳପ୍ରପାତକୁ ରାସ୍ତା ନ ଥିବାରୁ ପର୍ଯ୍ୟଟକମାନେ ଆସିଲେ ଦୁର୍ଦ୍ଦଶା ଭୋଗୁଛନ୍ତି। ଏହି ପର୍ଯ୍ୟଟନସ୍ଥଳୀକୁ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ପ୍ରଭୃତି ପଡ଼ୋଶୀ ରାଜ୍ୟରୁ ଦୈନିକ ପର୍ଯ୍ୟଟକ ଆସିଥାନ୍ତି। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ୫ କି.ମି ରାସ୍ତା ନିର୍ମାଣର ଫଳକ ୨୦୨୧ ମସିହାରୁ ଲଗାଯାଇଥିଲେ ହେଁ ଉକ୍ତ ରାସ୍ତାଟିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ନାହିଁ।
ଅଞ୍ଚଳର ଜଣେ ଖବରଦାତା ରବୀନ୍ଦ୍ର ଖମାଣିଆ ଅଭିଯୋଗ କରି କହିଛନ୍ତି, ୨୦୨୧ମସିହା ସେପ୍ଟେମ୍ବର ୧୮ ତାରିଖରେ ଏହି ରାସ୍ତାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୨୨ ମସିହା ଅଗଷ୍ଟ ୭ ତାରିଖରେ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବାର ଧାର୍ଯ୍ୟ ଥିବାବେଳେ ବର୍ତମାନ ପର୍ଯ୍ୟନ୍ତ ଏହି ରାସ୍ତା ଆରମ୍ଭ ହୋଇ ନାହିଁ। କେବଳ ଫଳକରେ ଏହି ରାସ୍ତା ନିର୍ମାଣ କରାଯାଇଥିବାର ସୂଚନା ଦିଆଯାଇଛି। ଏହି କାର୍ଯ୍ୟକୁ ଏକ ଠିକା ସଂସ୍ଥାକୁ ଦିଆଯାଇଛି। ତେବେ ସମୟସୀମା ଅତିକ୍ରାନ୍ତ ହୋଇଯାଇଥିଲେ ହେଁ ଠିକା ସଂସ୍ଥା ପକ୍ଷରୁ କାହିଁକି କାର୍ଯ୍ୟ ଆରମ୍ଭ କରାଯାଇ ନାହିଁ ଏଥିପ୍ରତି ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜିଲା ଖଣିଜ ପାଣ୍ଠିରେ ହଜାର ହଜାର କୋଟି ଟଙ୍କା ଥାଇ ମଧ୍ୟ ଯୋଡ଼ାବ୍ଲକର ତିନିଧାରିଆ, ମୂର୍ଗାମହାଦେବ, ହାଣ୍ଡିଭଙ୍ଗା, ଗୁରୁବେଡ଼ା ଭଳି ଅନେକ ପର୍ଯ୍ୟଟନସ୍ଥଳୀ ଅବହେଳିତ ହୋଇପଡ଼ିଛି। ଏସମ୍ପର୍କରେ ଆର୍‌ଡ଼ି ବିଭାଗର ଯନ୍ତ୍ରୀ କରୁଣାକର ନନ୍ଦ କହିଛନ୍ତି, ଏହି ରାସ୍ତାରେ ରିଜର୍ଭ ଜଙ୍ଗଲ, ମେଗା ଜଳଯୋଗାଣ ପାଇପ ଲାଇନ, ଓଡ଼ିଶା ଖଣି ନିଗମ ଗେଟ ପ୍ରଭୃତି ରହିଥିବାରୁ ରାସ୍ତା ସମ୍ପ୍ରସାରଣ ହୋଇପାରି ନାହିଁ। ଏଣୁ ଏହି ରାସ୍ତାର ପୁନଃ ଏଷ୍ଟିମେଟ କରାଯାଇ ଅନୁମୋଦନ ମିଳିଲେ କାର୍ଯ୍ୟ ଆରମ୍ଭ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଜ୍ରପାତରେ ଚାଲିଗଲା ୨ ଜୀବନ

ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri