ରାସ୍ତା କାମ ସରିନି, ବିଲ୍‌ ମଞ୍ଜୁର

ବେଗୁନିଆ,୨୩।୭ (ଡି.ଏନ୍‌.ଏ.): ସରକାର ଗ୍ରାମାଞ୍ଚଳରେ ଗମନାଗମନ ସୁବିଧା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ଅନେକ ଗ୍ରାମରେ ଭଲ ରାସ୍ତା ନ ଥିବାରୁ ଲୋକେ ଯାତାୟାତରେ ହଇରାଣ ହେଉଛନ୍ତି। କେଉଁଠି ଠିକାଦାରଙ୍କ ମନମାନି ତ’ଆଉ କେଉଁଠି ବିଭାଗୀୟ ଅଧିକାରୀଙ୍କ ପରିଚାଳନାରେ ତ୍ରୁଟି ଯୋଗୁ ଅନେକ ପ୍ରକଳ୍ପ ବ୍ୟର୍ଥ ଯାଉଛି। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର-ନରସିଂହପୁର ରାସ୍ତା କାର୍ଯ୍ୟରେ ଏପରି ଦେଖିବାକୁ ମିଳିଛି। ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ନ ଥିବା ବେଳେ ଠିକାଦାରଙ୍କ ନାମରେ ବିଲ୍‌ ମଞ୍ଜୁର କରାଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ବାଧକ ସାଜୁଛି ବୋଲି ଆଳ ଦେଖାଇ ଆର୍‌ ଆଣ୍ଡ ଡି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଠିକାଦାରଙ୍କୁ ଅନୁକମ୍ପା ଦେଖାଇଥିବା ସାଧାରଣରେ ଅଭିଯୋଗ ହୋଇଛି। ଫଳରେ ୧୫୦ମିଟର ଅସମ୍ପୂର୍ଣ୍ଣ ରାସ୍ତା ମରଣଯନ୍ତା ପାଲଟିଛି।
ସୂଚନାଥାଉ କି, ବେଗୁନିଆ ବ୍ଲକ କୋଲୁହାପାଟଣା ଗ୍ରାମବାସୀଙ୍କ ପକ୍ଷରୁ ଭଲ ରାସ୍ତା ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ୨୦୧୪ ନଭେମ୍ବର ୨୨ରେ ଜଣେ ଠିକାଦାରଙ୍କ ନଁାରେ ଗୋବିନ୍ଦପୁରଠାରୁ ନରସିଂହପୁର ପର୍ଯ୍ୟନ୍ତ ୪କି.ମି. ୫୬୦ମିଟର ରାସ୍ତା ଲାଗି ୨କୋଟି ୫୭ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା। ସେହି ବର୍ଷ ଡିସେମ୍ବରରୁ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ନିମ୍ନମାନର କାର୍ଯ୍ୟ ହେଉଥିବା ନେଇ ସ୍ଥାନୀୟ ଲୋକେ ପ୍ରତିବାଦ କରିଥିଲେ। ପରେ କାର୍ଯ୍ୟ ଅବଧିଠାରୁ ବର୍ଷ ବର୍ଷ ଧରି ଗଡି ଚାଲିଲା। ଶେଷରେ ରାଜ୍ୟ ଗୁଣବତ୍ତା ଅଧିକାରୀ(ରାସ୍ତା), ଅଧୀକ୍ଷଣ ଯନ୍ତ୍ରୀ ଏବଂ ନିର୍ବାହୀ ଯନ୍ତ୍ରୀଙ୍କ ଦ୍ୱାରା ରାସ୍ତାର ଗୁଣବତ୍ତା ଯାଞ୍ଚ କରାଯାଇଥିଲା। ନିର୍ଦ୍ଧାରିତ ସମୟ ମଧ୍ୟରେ ଓ ଠିକ୍‌ କାର୍ଯ୍ୟ ସମ୍ପାଦନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏକ ବର୍ଷ ମଧ୍ୟରେ କାର୍ଯ୍ୟ ଶେଷ ହେବା ପରିବର୍ତ୍ତେ ୩ ବର୍ଷ ୫ମାସ ଲାଗିଥିଲା। କୁଶପଲା ଗ୍ରାମ ନିକଟରେ ପ୍ରାୟ ୧୫୦ମିଟର କାର୍ଯ୍ୟ ନ ହୋଇ ପଡିରହିଛି। ବର୍ଷା ଯୋଗୁ ଏହି ରାସ୍ତାରେ ଖାଲଖମା ସୃଷ୍ଟି ହେବାରେ ଲୋକେ ଯାତାୟାତ କରିବାରେ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ଯେଉଁ ପର୍ଯ୍ୟନ୍ତ ରାସ୍ତା କାର୍ଯ୍ୟ ଶେଷ ହୋଇଛି ତା’ର ମରାମତି କାର୍ଯ୍ୟ କରିବା ସମୟ ମଧ୍ୟ ଦୁଇ ବର୍ଷ ହେବ ଶେଷ ହୋଇଛି। ତେବେ ଉକ୍ତ ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ଦର୍ଶାଇ କିଭଳି ବିଲ୍‌ ମଞ୍ଜୁରୀ କରାଯାଇଛି ସେ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମର ବଳଭଦ୍ର ପଣ୍ଡା, ବିଭୁଦତ୍ତ ପଣ୍ଡା, ଗୌରାଙ୍ଗ ଚରଣ ସାହୁ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ଆର୍‌ ଆଣ୍ଡ ଡି ବିଭାଗୀୟ ଯନ୍ତ୍ରୀ ରବୀନ୍ଦ୍ର ଜେନା କହିଛନ୍ତି, ଏଠାରେ ନୂତନ ଭାବେ ଯୋଗ ଦେଇଛି। ଉକ୍ତ ରାସ୍ତା ମରାମତି ଓ କାର୍ଯ୍ୟ ପାଇଁ ଉଚ୍ଚ ଅଧିକାରୀଙ୍କୁ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?