ପ୍ରଶାସନର ହସ୍ତକ୍ଷେପ ପରେ ହଟିଲା ରାସ୍ତାରୋକୋ

ବଲାଙ୍ଗୀର,୨୯ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ ପ୍ରକଳ୍ପର ବିସ୍ଥାପିତମାନଙ୍କ ମୌଳିକ ଆବଶ୍ୟକତା ଓ ଅଧିକାର ପୂରଣ ନ କରିବା ପ୍ରତିବାଦରେ ବୁଧବାର ଝାଙ୍କରପାଲି ପୁନର୍ବାସ କଲୋନୀ ସମ୍ମୁଖ ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥକୁ ସହସ୍ରାଧିକ ବିସ୍ଥାପିତ ଛାତ୍ରୀଛାତ୍ର, ମହିଳା ଓ ପୁରୁଷ ରାସ୍ତାରୋକୋ କରିଥିଲେ। ସକାଳ ୮ଟାରୁ ରାସ୍ତାରୋକୋ ଦୀର୍ଘ ୨ଘଣ୍ଟା ଧରି ଚାଲିଥିଲା। ପ୍ରଶାସନ ପକ୍ଷରୁ ଆନ୍ଦୋଳନକାରୀ ସହିତ ଆଲେଚନା ପରେ ରାସ୍ତାରୋକୋକୁ ବନ୍ଦ କରିଥିଲେ ବିସ୍ଥାପିତମାନେ। ଧାରଣାସ୍ଥଳକୁ ବଲାଙ୍ଗୀର ତହସିଲଦାର ଓ ସଦର ଥାନା ଆଇଆଇସି ଆସି ବୁଝାଶୁଝା କରିଥିଲେ। ଆନ୍ଦୋଳନକାରୀଙ୍କ ଦାବି ଖୁବ୍‌ଶୀଘ୍ର ପୂରଣ ହେବ ବୋଲି କହିବା ପରେ ବିସ୍ଥାପିତମାନେ ଦୀର୍ଘ ୨ଘଣ୍ଟା ଧରି ଅବରୋଧ ରଖିଥିବା ବଲାଙ୍ଗୀର ପାଟଣାଗଡ଼ ରାଜ୍ୟ ରାଜପଥରୁ ହଟିଥିଲେ। ବିସ୍ଥାପିତମାନେ ଆନ୍ଦୋଳନରୁ ଓହରିଲା ପରେ କଲୋନୀ ଏକ ସଭା କରିଥିଲେ। ଆନ୍ଦୋଳନ ପୂରଣ ନ ହେଲେ ଆଗାମୀ ଦିନରେ ଆଗକୁ ଆହୁରି ଜୋରଦାର ଆନ୍ଦୋଳନ କରାଯିବ ବୋଲି ବିସ୍ଥାପିତ ଅଞ୍ଚଳବାସୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri