୧୪ ଘଣ୍ଟା ବିତିଲା: ହଟି ନାହିଁ ରାସ୍ତା ଅବରୋଧ, ମୃତଦେହ ରଖି ରାସ୍ତାରେ ଆନ୍ଦୋଳନକାରୀ

ବରଗଡ଼ ଅଫିସ,୨୧ା୪:ବରଗଡ଼ ସହରର ଭଟଲି ଛକ ନିକଟରେ ବୁଧବାର ରାତି ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଟ୍ରକ ଚାପାରେ ଜଣେ ବାଇକ୍‌ ଆରୋହୀ ତଥା ସହର ଉପକଣ୍ଠ ଡାଙ୍ଗ ନଦୀପଡ଼ାର କିଶୋର କୁମାର ବେଲଘରିଆଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ରାତି ୯ଟାରୁ କ୍ଷତିପୂରଣ ଦାବି କରି ମୃତଦେହ ରଖି ସ୍ଥାନୀୟ ଲୋକେ ବରଗଡ଼ ରାସ୍ତା ଅବରୋଧ କରିଛନ୍ତି। ଇତିମଧ୍ୟରେ ୧୪ ଘଣ୍ଟା ବିତିଯାଇ ଥିଲେ ସୁଦ୍ଧା ରାସ୍ତାରୋକୋ ହଟି ନାହିଁ। ଫଳରେ ସେହି ରାସ୍ତାରେ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ଉକ୍ତ ରାସ୍ତାରେ ଜିଲା ମୁଖ୍ୟ ଡାକ୍ତରଖାନା, କେନ୍ଦ୍ରୀୟ ବିଦ୍ୟାଳୟ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ ଥିବାବେଳେ ରାସ୍ତାଟି ପଡ଼ୋଶୀ ଛତିଶଗଡ଼କୁ ସଂଯୋଗ କରିଛି। ଫଳରେ ୧୪ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିବା ଏହି ଆନ୍ଦୋଳନ ଯୋଗୁ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ବହୁ ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ପୋଲିସ ପ୍ରଶାସନ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରି ରାସ୍ତାରୋକୋ ତୁରନ୍ତ ହଟାଇବା ଦିଗରେ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri