ରାଷ୍ଟ୍ରପତିଙ୍କ ଘର ଆଗରେ ରାସ୍ତାରୋକୋ

ରାଇରଙ୍ଗପୁର,୨୮ା୧(ଡି.ଏନ.ଏ.): ପାନୀୟ ଜଳ ସମସ୍ୟା ନେଇ ଉତ୍ତ୍ୟକ୍ତ ବସ୍ତି ବାସିନ୍ଦା ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁଙ୍କ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ବାସଗୃହ ସମ୍ମୁଖ ରାସ୍ତା ଅବରୋଧ କରିବା ଚର୍ଚ୍ଚାର ବିଷୟ ହୋଇଛି। ଖବରପାଇ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ୍‌ ଓ ପୋଲିସ ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ସୂଚନା ଅନୁଯାୟୀ, ରାଇରଙ୍ଗପୁର ପୌର ପରିଷଦ ଅଧୀନ ୨ନଂ. ଓ୍ବାର୍ଡ ବାଇଦାପୋଷି ବସ୍ତି ଅଞ୍ଚଳର ଲୋକେ ଦୀର୍ଘ ଦିନ ହେବ ଜଳକଷ୍ଟ ସମସ୍ୟା ଭୋଗି ଆସୁଛନ୍ତି। ଏନେଇ ସେମାନେ ବିଭାଗୀୟ ଅଧିକାରୀଙ୍କଠାରେ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ସମସ୍ୟାର ସମାଧାନ ପ୍ରତି କେହି ଦୃଷ୍ଟି ଦେଉନାହାନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ବାଇଦାପୋଷି ୨ନଂ. ଓ୍ବାର୍ଡର ଡୁଙ୍ଗୁରିସାହି ଓ କଲୋନିସାହିର ଶତାଧିକ ମହିଳା ଓ ପୁରୁଷ ବାଇଦାପୋଷିସ୍ଥିତ ରାଷ୍ଟ୍ରପତିଙ୍କ ବାସଗୃହ ସମ୍ମୁଖ ୨୨୦ନଂ. ଜାତୀୟ ରାଜପଥକୁ ସକାଳ ୭ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଅବରୋଧ କରିଥିଲେ। ଗରା, ବାଲ୍‌ଟି ରଖି ମହିଳାମାନେ ରାସ୍ତାରେ ବସିଥିବାରୁ ୩ଘଣ୍ଟା କାଳ ଯାନବାହନ ଚଳାଚଳ ବ୍ୟାହତ ହୋଇଥିଲା। ଶତାଧିକ ଗାଡ଼ି ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ରହିଥିଲା। ୨ନଂ. ଓ୍ବାର୍ଡ କାଉନସିଲର ଶୁକଦେବ ବେହେରା ଓ ପଞ୍ଚୁ ଲୋହାରଙ୍କ ନେତୃତ୍ୱରେ ଏହି ରାସ୍ତା ଅବରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri