ଆବାସ ନିର୍ମାଣରେ ରାସ୍ତା ବାଧକ

ଦଶମନ୍ତପୁର,୩ା୧୨ (ଅରବିନ୍ଦ ନାୟକ)କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତର ଲୋରେଶ ଗ୍ରାମରେ ଏଯାଏ କାହାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆବାସ ଯୋଜନାରେ ଆବାସ ମିଳିନାହିଁ। ଗ୍ରାମରେ ୩୦ ପରିବାର ବସବାସ କରନ୍ତି। ସମସ୍ତେ ଚାଳଛପର ଓ ଭଙ୍ଗାରୁଜା ଗୁହାଳ ସଦୃଶ ଗୃହରେ ବିପଦସଙ୍କୁଳ ଭାବେ ରହୁଛନ୍ତି। ରାସ୍ତା ଅବସ୍ଥା ଯୋଗୁ କେହି ବାହାରକୁ କାମ ପାଇଁ ଯାଉ ନ ଥିବା ବେଳେ ଗ୍ରାମରେ ମଧ୍ୟ ସରକାରଙ୍କ ଯୋଜନା କାର୍ଯ୍ୟକାରିତା ସମ୍ପର୍କରେ ଗ୍ରାମବାସୀ ଜାଣନ୍ତିନାହିଁ। କେତେକେ ଚାଷବାସ କରି ଚଳୁଥିବା ବେଳେ ଅନ୍ୟମାନେ ପୋଡୁଚାଷ କରି ଗୁଜୁରାଣ ମେଣ୍ଟାଉଛନ୍ତି। କେହି ଗୁରୁତର ଅସୁସ୍ଥ ହୋଇ ପଡିଲେ ଗ୍ରାମବାସୀ ଦୋଳା ଏବଂ ଷ୍ଟ୍ରେଚରରେ ବୋହି ତାଙ୍କୁ ଡାକ୍ତରଖାନା ନିଅନ୍ତି। ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲା ଓ ରାଜ୍ୟ ପ୍ରଶାସନ ଗ୍ରାମର ଉନ୍ନତି ପ୍ରତି ଗୁରୁତ୍ୱ ଦେଉନାହାନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷରେ ଗ୍ରାମର ୧୩ ପରିବାରଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିଲା। ମାତ୍ର ସେମାନଙ୍କୁ ଆବାସ ମିଳିପାରିନାହିଁ। ମରିଚଗୁଡ଼ା ଗ୍ରାମ ଛକରୁ ୪ କି.ମି. ଦୂର ଲୋରେଶ ଗ୍ରାମ ରାସ୍ତା ମରଣଯନ୍ତା ପାଲଟିଥିବାରୁ ଗ୍ରାମକୁ ଗୃହ ନିର୍ମାଣ ସାମଗ୍ରୀ ଆସିପାରୁନାହିଁ କି ଗ୍ରାମରେ ହିତାଧିକାରୀ ଆବାସ ଗୃହ ନିର୍ମାଣ କରିପାରୁନାହାନ୍ତି। ଫଳରେ ଗ୍ରାମର ଉଦ୍ଧବ କମାର, ଧନୁର୍ଜୟ କମାରଙ୍କ ସମେତ କେତେଜଣ ହିତାଧିକାରୀ ଆବାସ ଯୋଜନାରେ ଗୃହ ନିର୍ମାଣ ନ କରି ସ୍ଥଗିତ ରଖିଛନ୍ତି। ଅନ୍ୟ ୧୦ ଜଣ ହିତାଧକାରୀ ନିଜ ଆବାସକୁ ଅନ୍ୟ ଗ୍ରାମରେ ବିକ୍ରିକରି ଦେଇଥିବା ଜଣାପଡିଛି। ଆମ ଗ୍ରାମକୁ ରାସ୍ତା ଥିଲେ ଆମେ ଆବାସ ଯୋଜନାରେ ମିଳୁଥିବା ଆବାସକୁ ହାତଛଡା ନ କରି ଗ୍ରାମରେ ଗୃହ ନିର୍ମାଣ କରନ୍ତୁ ବୋଲି ଗ୍ରାମର କସାଇ ସାଉଁନ୍ତା, ପୁଲୁ ସାଉଁନ୍ତା, ପାଣ୍ଡୁ ଜାନି, ସେମ କୁଲିସିକା, ଲବି ସାଉଁନ୍ତା, ପେଟା ପାଇକ, ରଘୁ ପାଇକ, ଚନ୍ଦ୍ର ପାଇକ, ସୂର୍ଯ୍ୟମଣି ସାଉଁନ୍ତା, ଲତା ସାଉଁନ୍ତା ପ୍ରମୁଖ ହିତାଧିତ୍କାରୀ ପ୍ରକାଶ କରିଛନ୍ତି। ଆମ ଗ୍ରାମକୁ ରାସ୍ତା ନିର୍ମାଣ ନ ହେଲେ ଆମେ ଆଗାମୀ ନିର୍ବାଚନରେ ଭୋଟ ବର୍ଜନ କିବୁ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଲୋରେଶ ଗ୍ରାମକୁ ରାସ୍ତା ନିର୍ମାଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri