ହାତୀ ଦଳିଦେବା ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୧୦ା୪: ସୋମବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ପାନବରଜ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ଜଣେ ମହିଳାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କିରଣବାଳା ମାନ୍ଧାତା(୫୭)।

ସୂଚନାଯୋଗ୍ୟ, କିରଣବାଳା ଆଜି ସକାଳେ ଅନ୍ୟ ଜଣେ ମହିଳାଙ୍କ ସହିତ ଫୁଲ ତୋଳିବାକୁ ଯାଇଥିଲେ। ଉଭୟ ରାସ୍ତାରେ ଯାଉଥିବା ବେଳେ ହଠାତ୍‌ ପାନବରଜ ଖେଳ ପଡ଼ିଆ ନିକଟରେ ଏକ ହାତୀ ସେମାନଙ୍କ ସାମ୍ନାକୁ ମାଡ଼ିଆସିଥିଲା। କିରଣବାଳାଙ୍କୁ ହାତୀଟି ତାଙ୍କୁ କଚାଡ଼ି ତା’ରେ ଦଳି ଦେଇଥିଲା। ଅନ୍ୟ ମହିଳା ମଧ୍ୟ ଗୁରୁତର ହୋଇଛନ୍ତି। ତାଙ୍କ ନାଁ ରମା ବେହେରା(୫୫)। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିସାଳୟରେ ଭର୍ତ୍ତି କରିଛନ୍ତି। ଅନ୍ୟପକ୍ଷରେ ମୃତା ଓ ଆହତ ପରିବାରଙ୍କୁ କ୍ଷତିପୂରଣ, ହାତୀ ନିୟନ୍ତ୍ରଣ ଦାବିରେ ଗ୍ରାମବାସୀ ପାନବରଜ ରାସ୍ତାରେ ପଥର ପକାଇ ରାସ୍ତାରୋକୋ କରିଛନ୍ତି।

ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଏବଂ ଖୋର୍ଦ୍ଧା ବନାଞ୍ଚଳ ଅଧିକାରୀ ଜୟକୃଷ୍ଣ ପଣ୍ଡା ଟିମ୍‌ ସହ ପହଞ୍ଚି ତଦନ୍ତ କରିଛନ୍ତି। ବନ ଅଧିକାରୀ ପଣ୍ଡାଙ୍କ ସୂଚନା ମୁତାବକ ଗତକାଲି ରାତିରେ ଦନ୍ତା ଚନ୍ଦକା ପଟୁ ଖସି ଟାଙ୍ଗୀଆପଡ଼ା ଜଙ୍ଗଲ ଦେଇ ଯିବା ବେଳେ ଜଣଙ୍କୁ ଆକ୍ରମଣ କରିଛି। ସେଠାରୁ ପାନବରଜ ଦେଇ ଜରିପୁଟ ଜଙ୍ଗଲକୁ ଯାଇଛି। ପାନବରଜ ଖେଳପଡିଆ ରେ କିରଣବାଳାଙ୍କୁ ଦଳି ଦେଇଥିବା ବେଳେ ଅନ୍ୟ ଜଣଙ୍କୁ ଆହତ କରିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ…

ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା

ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri