ଧାନ ବସ୍ତା ରଖି ରାଜପଥ ଅବରୋଧ

ପାଟଣା,୨୪।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ସାହାରପଡା ବ୍ଲକରେ ଧାନ ମଣ୍ଡିରେ ଧାନ ବକ୍ରିକୁ ନେଇ ଅବ୍ୟବସ୍ଥା ଦେଖାଦେଇଛି। ଏହାର ପ୍ରତିବାଦରେ ୬୦ରୁ ଉଦ୍ଧର୍‌ବ ଚାଷୀ ରବିବାର ପାଟଣା ସାହାରପଡା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଟଭାସରୁଆ ଠାରେ ରାସ୍ତା ଉପରେ ଧାନ ବସ୍ତା ରଖି ଅବରୋଧ କରିଛନ୍ତି।
ଏହି ଶାଖା ଲ୍ୟାମ୍ପସ ଅନ୍ତର୍ଗତ ୧୨ରୁ ଉଦ୍ଧର୍‌ବ ଗାଁ ବରବେଡା, ତେଣ୍ଡେରା, ନୂଆ ଗାଁ, କୁଣ୍ଡଳା, କପୁଣ୍ଡି, ସରସ୍ବତୀପଡା, ଖଜୁରୀ ଡିହା, ଟଭାସରୁଆ, ବଡ଼ବିଲ ଓ ତିଳ ବେଡା ଆଦିର ଏହି ଚାଷୀ ମାନେ ଟଭାସରୁଆ ଶାଖା ସମବାୟ ସମିତିର ଶନିବାର ବାରି ଥିବାରୁ ମଣ୍ଡିକୁ ଶୁକ୍ରବାର ଠାରୁ ଧାନ ବିକ୍ରି କରିବାକୁ ଆସିଥିଲେ। ଏଠାରେ ୩ ଦିନ ହେବ ଲ୍ୟାମ୍ପ୍ସର କୌଣସି କର୍ମଚାରୀ କିମ୍ବା ଯୋଗାଣ ବିଭାଗର କୌଣସି କର୍ମକର୍ତ୍ତା ଙ୍କ ଦେଖା ପାଇ ନ ଥିଲେ ବୋଲି ଆନ୍ଦୋଳନକାରୀ ଚାଷୀ କହିଛନ୍ତି। ଧାନ କ୍ରୟରେ ଅବ୍ୟବସ୍ଥା ଯୋଗୁ ଶନିବାର ୨୦ରୁ ଉଦ୍ଧର୍‌ବ ଚାଷୀଙ୍କ ଟୋକନ ଲାପ୍ସ ହୋଇଯାଇଛି। ଖୋଲା ପଡ଼ିଆରେ ଧାନ ରଖି ଶୁକ୍ରବାର ଠାରୁ ଚାଷୀ ରାତ୍ରି ଅନିଦ୍ରା ହୋଇ ଧାନକୁ ଢାଙ୍କି ଜଗି ବସିଛନ୍ତି। ଏଣେ ରବିବାର ଠାରୁ ବର୍ଷା ଆରମ୍ଭହୋଇ ଚାଷୀଙ୍କ ଦୁଃଖ ଆହୁରି ବଢ଼ାଇ ଦେଇଛି। ମଣ୍ଡିକୁ ଆସିଥିବା ଧାନ ବର୍ଷାରେ ଭିଜି ଗଜା ହେବାର ଆଶଙ୍କା ଦେଖା ଦେଇଛି। ବର୍ଷା ଦାଉରୁ ଧାନକୁ ରକ୍ଷା କରିବାକୁ ଚାଷୀ ଧାନ ଗଦା ଉପରେ ପାଲ ଓ ପଲିଥିନ ଟାଣି ସୁରକ୍ଷିତ ରଖିବାକୁ ଉଦ୍ୟମ ଜାରି ରଖିଛନ୍ତି। ଘଟଣା ସ୍ଥଳରେ ପାଟଣା ପୋଲିସ ପକ୍ଷରୁ ସାହାରପଡା ଫାଣ୍ଡି ଅଧିକାରୀ ଶିବ ପ୍ରସାଦ ଆଇଚ, ଏସଆଇ ଶିବଶଙ୍କର ଆଲଦା ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ଫଳରେ ଅପରାହ୍ନରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri