ଭୁବନ ବିକାଶ ପାଇଁ ରୋଡ୍‌ ମ୍ୟାପ୍‌

ଭୁବନ, ୩୦।୧୧(ଡି.ଏନ୍‌.ଏ.): ଏସିଆ ମହାଦେଶର ସର୍ବବୃହତ୍‌ ଗ୍ରାମ ତଥା ଢେଙ୍କାନାଳ ଜିଲାର ଅନ୍ୟତମ ବାଣିଜି୍ୟକ ପେଣ୍ଠସ୍ଥଳୀ ଭୁବନର ସାମଗ୍ରିକ ବିକାଶ ହେବ। ଜନସଂଖ୍ୟା ବୃଦ୍ଧି ଯୋଗୁ ସଙ୍କୁଚିତ ହୋଇପଡୁଥିବା ସହରାଞ୍ଚଳର ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯାଇଛି। ମଙ୍ଗଳବାର ନଗରପାଳ ଶୁଭେନ୍ଦୁ କୁମାର ସାହୁଙ୍କ ତତ୍ତ୍ୱାବଧାନରେ କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ତହସିଲଦାର ରୋଜାଲିନ୍‌ ବେହେରା, ନିର୍ବାହୀ ଅଧିକାରୀ ଶ୍ୟାମସୁନ୍ଦର ସାହୁ, ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ଏଚ୍‌.କେ. ସାହୁ, କନିଷ୍ଠ ଯନ୍ତ୍ରୀ ସୋନାଲି ନାୟକ, ରାଜସ୍ବ ନିରୀକ୍ଷକ ଅରବିନ୍ଦ ସାହୁ, କାଉନ୍‌ସିଲର ପପୁ କୁମାର ସାହୁ, ସାମାଜିକ କର୍ମୀ ନରେନ୍ଦ୍ର ସାହୁ, ଅଜୟ ସେଠୀ ପ୍ରମୁଖ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ଉନ୍ନୟନ ପ୍ରକଳ୍ପ ଲାଗି ଜମି ଚିହ୍ନଟ କରିଛନ୍ତି।
ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଭୁବନ, ଗଁଦିଆ ବ୍ଲକ ସମେତ ପଡ଼ୋଶୀ ଯାଜପୁର ଜିଲାବାସୀ ନିର୍ଭରଶୀଳ। ଏଠାରେ ଦିନକୁ ଦିନ ରୋଗୀ ସଂଖ୍ୟା ବଢୁଥିବାବେଳେ ତଦନୁଯାୟୀ ଶଯ୍ୟା ଉପଲବ୍ଧ ନାହିଁ। ଆନୁଷଙ୍ଗିକ ଭିତ୍ତିଭୂମି ନ ଥିବାରୁ ସେମାନଙ୍କୁ ଉନ୍ନତମାନର ଚିକିତ୍ସା ସୁବିଧା ମିଳିପାରୁନାହିଁ। ତେଣୁ ଏନ୍‌ଏସିରେ ଏକ ନୂତନ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କରିବା ଜରୁରୀ ହୋଇପଡ଼ିଛି। ଏଥିଲାଗି କୋର୍ଟ ପଛ ପଟ ତଇଲାରେ ୧୦ ଏକର ଜମି ଚିହ୍ନଟ କରାଯାଇଛି। ସେହିପରି ସହରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଲାଗି ମଣିପୁରଠାରେ ଜଳ ବିଶୋଧନ କେନ୍ଦ୍ର ପ୍ରତିଷ୍ଠା କରାଯିବାକୁ ନିଷ୍ପତ୍ତି ହୋଇଛି। ସେହିପରି ବ୍ରାହ୍ମଣୀ ନଦୀ ଅବବାହିକାରେ ଇକୋ ଟୁରିଜମ୍‌କୁ ପ୍ରୋତ୍ସାହିତ କରିବା ଲାଗି ବାଉଁଶକଣ ଆମ୍ବମାଳିଆ ଧୋଡ଼ାଠାରେ ଏକ ପ୍ରକଳ୍ପ ଇକୋ ଟୁରିଜମ୍‌ ସ୍ପଷ୍ଟ ନିର୍ମାଣ କରାଯିବ। ସହରବାସୀଙ୍କ ଦୈନନ୍ଦିନ ବ୍ୟବହାରରେ ଆସୁଥିବା ଚିନ୍ନରା ପୋଖରୀକୁ ଆଦର୍ଶ ଜଳାଶୟରେ ପରିଣତ କରାଯିବ। ଏଥିଲାଗି ୮୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି। ଅଧିକାରୀମାନେ ପୋଖରୀ ପରିଦର୍ଶନ କରି ଏହାର ଯେଭଳି ବିକାଶ ହୋଇପାରିବ ସେ ନେଇ ଆଲୋଚନା କରିଛନ୍ତି।
ଏହାକୁ ବାଦ୍‌ଦେଲେ ବୁଦ୍ଧେଶ୍ୱର ଶୈବପୀଠ ନିକଟ ନିର୍ମାଣାଧୀନ ଷ୍ଟାଡିୟମ ପାଖରେ ଏକ ପାର୍କ ନିର୍ମାଣ ପାଇଁ ଜମି ଚିହ୍ନଟ କରାଯାଇଛି। ସହରର ବିଭିନ୍ନ ସ୍ଥାନରେ ସରକାରୀ ଜମି ଜବରଦଖଲରେ ରହିଛି। ସେସବୁ ସ୍ଥାନରୁ ଜବରଦଖଲ ଉଚ୍ଛେଦ କରି ଏନ୍‌ଏସିକୁ ହସ୍ତାନ୍ତର କରାଗଲେ ବିଭିନ୍ନ ପ୍ରକଳ୍ପ ନିର୍ମାଣ କରିବା ଲାଗି ସୁବିଧା ହେବ। ୪ନଂ. ଓ୍ବାର୍ଡରେ ଥିବା ରାଶି ପଡ଼ିଆକୁ ଏନ୍‌ଏସି କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିବାକୁ ପ୍ରସ୍ତାବ ଦିଆଯାଇଛି। ଭୁବନବାସୀଙ୍କ ବହୁ ପ୍ରତୀକ୍ଷିତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଯଥାସମ୍ଭବ ତ୍ୱରାନ୍ବିତ କରି ନିର୍ଦ୍ଧାରିତ ସମୟରେ ଶେଷ କରିବା ଲାଗି ଉପଜିଲାପାଳ ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri