ରାସ୍ତା, ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ

ଛତ୍ରପୁର,୧୭ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ୫ ନମ୍ବର ଓ୍ବାର୍ଡ ଅଧୀନ ନୂଆଁ ନାଗୁଲୁପେଟା ସାହିରେ ରାସ୍ତା ଓ ଡ୍ରେନ୍‌ ସୁବିଧା ନାହିଁ। ଜିଲାର ସଦରମହକୁମା ଛତ୍ରପୁର ଏନ୍‌ଏସିର ଉକ୍ତ ସାହିରେ ସାଧାରଣ ସୁବିଧାରୁ ସାହି ବାସିନ୍ଦା ବଞ୍ଚିତ ଥିବା ଏମାନେ ଅଭିଯୋଗ କରିଛନ୍ତି। ବାରମ୍ବାର ଏ ସମ୍ପର୍କରେ ଜଣାଇଥିଲେ ମଧ୍ୟ କୌଣସି ସମସ୍ୟା ସମାଧାନ ହୋଇନି। ଫଳରେ ୧୫ ତାରିଖରେ ମା’ ଦକ୍ଷିଣକାଳୀ ମନ୍ଦିର ପରିସରରେ ଉକ୍ତ ସାହି ବାସିନ୍ଦାଙ୍କ ପକ୍ଷରୁ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ଏନେଇ ସାହି ବାସନ୍ଦାଙ୍କୁ ନେଇ ଏସମ୍ବନ୍ଧୀୟ ଏକ କମିଟି ଗଠନ ହୋଇଥିଲା । ଗଞ୍ଜାମ ଜିଲାପାଳ ଓ ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ଉକ୍ତ ସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ କରିବାକୁ ଅନୁରୋଧ ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଯଦି ଏହା ନିର୍ମାଣ କରା ନ ଯିବ ଆଗାମୀ ସାଧାରଣ ନିର୍ବାଚନରେ ସାମୂହିକ ଭୋଟ ବର୍ଜନ କରିବୁ ବୋଲି ସାହି ବାସିନ୍ଦା ଲିଖିତ ଭାବେ ଉକ୍ତ ସ୍ମାରକପତ୍ର ପତ୍ରରେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri