ମାସକରେ ରାସ୍ତା ଫାଟି ଆଁ

କାମାକ୍ଷାନଗର, ୫।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)ରେ ନିର୍ମିତ ରାସ୍ତା ମାସକ ମଧ୍ୟରେ ଫାଟିଯାଇଛି। ଫଳରେ କାର୍ଯ୍ୟରେ ସ୍ବଚ୍ଛତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଦଶୀପୁର ପିଡବ୍ଲ୍ୟୁଡି ରୋଡ୍‌ଠାରୁ ଘାଗରାମୁଣ୍ଡା ପର୍ଯ୍ୟନ୍ତ ୧୭ କିମି ଦୀର୍ଘ ଏହି ରାସ୍ତା ନିର୍ମାଣ ପାଇଁ ୯ କୋଟି ୪୨ଲକ୍ଷ ୫୩ ହଜାର ୭୮୩ ଟଙ୍କା ବ୍ୟୟବରାଦ ହୋଇଥିଲା। ୫ବର୍ଷ ରକ୍ଷଣାବେକ୍ଷଣ କରାଯିବା ପାଇଁ ୭ ଲକ୍ଷ ୬୧ ହଜାର ୫୮୩ ଟଙ୍କା ରଖାଯାଇଥିଲା। ଏକ ଠିକାସଂସ୍ଥା ଏହି ପ୍ରକଳ୍ପ କାର୍ଯ୍ୟ ପାଇଥିବାବେଳେ ସବ୍‌ଲେଟ ଠିକାଦାରଙ୍କ ଦ୍ୱାରା କାମ କରାଯାଇଥିଲା। ତେବେ ନିର୍ମାଣର ମାସକ ଭିତରେ ଗତରେଇ ନୂଆସାହି, ଘାଗରାମୁଣ୍ଡା ଗ୍ରାମର କେତେକ ସ୍ଥାନରେ ରାସ୍ତା ଫାଟି ଆଁ କରିଛି। ମନଇଚ୍ଛା କାମ ପାଇଁ ଅଳ୍ପ ଦିନ ଭିତରେ ରାସ୍ତା ଅବସ୍ଥା ଏଭଳି ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ନିର୍ବାହୀ ଯନ୍ତ୍ରୀ ହୃଦାନନ୍ଦ ପଣ୍ଡାଙ୍କୁ ପଚାରିବାରେ ସେ ଏହାକୁ ଅତି ହାଲୁକା ଭାବରେ ନେବା ସହ ରାସ୍ତା ଭାଙ୍ଗିଗଲେ ମରାମତି କରାଯିବ ବୋଲି ପ୍ରତିକ୍ରିୟାରେ କହିଥିଲେ। ଅନ୍ୟପଟେ ରାସ୍ତାକାମରେ ହୋଇଥିବା ଅନିୟମିତତାର ନିରପେକ୍ଷ ତଦନ୍ତ କରିବା ସହ ତୁରନ୍ତ ଫାଟିଥିବା ସ୍ଥାନ ମରାମତି କରିବା ଲାଗି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri