Posted inଭଦ୍ରକ

ଓଭରଲୋଡିଂ ପାଇପ୍‌ ଯୋଗୁ ଫାଟୁଛି ରାସ୍ତା

ଆରଡ଼ି,୧୦।୭(ଡି.ଏନ.ଏ.): ଭଦ୍ରକ ଜିଲା ଧୁଷୂରୀ ଥାନା ଅଧୀନ ଦୋହରାପାଟଣା ନିକଟରେ ଭଦ୍ରକ-ଆରଡ଼ି ରାଜ୍ୟ ରାଜପଥ ପାର୍ଶ୍ୱରେ ଏକ କମ୍ପାନୀ ପକ୍ଷରୁ ଏକ ଗ୍ୟାସ୍‌ ଯୋଗାଣ କେନ୍ଦ୍ର ନିର୍ମାଣ ଚାଲିଛି। ୩ବର୍ଷ ହେଲା ଏହି ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଏଠାରୁ ବିଭିନ୍ନ ସ୍ଥାନକୁ ପାଇପ୍‌ ବିଛା ଯାଉଛି। ହେଲେ ବିଭାଗୀୟ କର୍ମଚାରୀଙ୍କ ଦାୟିତ୍ୱହୀନତା ଯୋଗୁ ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ସମସ୍ୟା ଉପୁଜୁଛି। ଯାହାକି ଲୋକଙ୍କ ମୁଣ୍ଡବ୍ୟଥାର କାରଣ ହୋଇଛି। ଭାରିଯାନରେ ଆବଶ୍ୟକତାଠାରୁ ଅଧିକ ଓଜନର ପାଇପ୍‌ ନିଆଯିବା ଯୋଗୁ କୁଳେଇପଦା-ପାରଡିଆ ଆର୍‌ଡି ରୋଡ୍‌ ଫାଟିଯାଇଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିସହ ରାଜ୍ୟ ରାଜପଥ ଉପରେ ସେମାନଙ୍କ ଯାନ ରହିବା ଯୋଗୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହେଉଛି। ସେହିପରି ପାଇପ୍‌ ବିଛାଣ ସମୟରେ ରାସ୍ତା ଉପରେ ମାଟି ଜମି ରହି ବର୍ଷାଦିନେ ରାସ୍ତା ସମ୍ପୂର୍ଣ୍ଣ ଖସଡ଼ା ହୋଇଯାଉଛି। ଫଳରେ ବାଇକ୍‌ ଚାଳକ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଶନିବାର ପୋକଲିନ ଯୋଗେ ପାଇପ ବିଛାଇବା ବେଳେ ରାସ୍ତାର ଉଭୟପାର୍ଶ୍ୱରେ ଶତାଧିକ ଯାନ ଅଟକି ରହିଥିଲା।
ପୂର୍ବରୁ କର୍ମଚାରୀଙ୍କ ବୋଲେରୋ ପାରଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କ ଗାଈକୁ ଧକ୍କା ଦେଇଥିଲା। ଗାଈର ଚିକିତ୍ସା ଖର୍ଚ୍ଚ ପ୍ରାୟ ୫ ହଜାର ଟଙ୍କା ହୋଇଥିବା ବେଳେ କମ୍ପାନୀ ଅଧିକାରୀ ଅର୍ଥରାଶି ଯୋଗାଇଦେବେ କହି ଫେରାର ହୋଇଯାଇଛନ୍ତି। ଉକ୍ତ କମ୍ପାନୀ ଅଧିକାରୀ ଓ କର୍ମଚାରୀଙ୍କ ଏତାଦୃଶ କାର୍ଯ୍ୟ ବିରୋଧରେ ଆନ୍ଦୋଳନ କରିବେ ବୋଲି ସ୍ଥାନୀୟ ଅଧିବାସୀ ଚେତାବନୀ ଦେଇଛନ୍ତି। ରାତିରେ ରାସ୍ତାପାର୍ଶ୍ୱ କାର୍ଯ୍ୟ କରିବା, ଭାରିଯାନରେ ଆବଶ୍ୟକତା ଅନୁସାରେ ପାଇପ୍‌ ନେବା, ନିର୍ମାଣ କାର୍ଯ୍ୟ ଯଥାସମ୍ଭବ ସାରିବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ...

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri