ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।

ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ଉକ୍ତ ରାସ୍ତାଟି ଗତ କିଛିବର୍ଷ ତଳେ ତିଆରି ହୋଇଥିଲା। ହେଲେ ନିମ୍ନମାନର କାର୍ଯ୍ୟ ଓ ମରାମତି ଅଭାବରୁ ଏହି ରାସ୍ତାଟି ବର୍ତ୍ତମାନ ଖାଲଖମାରେ ପାଣି ଜମିରହି ପୋଖରୀର ଭ୍ରମ ସୃଷ୍ଟି କରୁଛି।

ଫଳରେ ସ୍ଥାନୀୟ ଲୋକ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୮ କିମି ଦୀର୍ଘ ଏହି ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ ହୋଇଥିଲା। ତେବେ ରାସ୍ତା ନିର୍ମାଣର ଅଳ୍ପ ଦିନ ପରେ ଅନେକ ସ୍ଥାନରେ ଦବିଯାଇ ରାସ୍ତାରୁ ଗେଟି, ମେଟାଲ, ପିଚୁ ସବୁ ଉଠିଯାଇ ବଡ଼ ଗର୍ତ୍ତ ସୃଷ୍ଟି ହୋଇଥିଲା। ରାସ୍ତା ମରାମତି ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଗ୍ରାମବାସୀ ନିବେଦନ କରି ଆସୁଛନ୍ତି।

ତେବେ ପ୍ରଶାସନ ପକ୍ଷରୁ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଏହି ରାସ୍ତା ନିମନ୍ତେ ୬ କୋଟି ୬୮ ଲକ୍ଷ ୪୨ ହଜାର ଟଙ୍କା ମଞ୍ଜୁର ହୋଇଥିବା ବିଭାଗ ସୂତ୍ରରୁ ଜଣାପଡିଛି। ତେବେ କାହିଁକି ଏହି ରାସ୍ତା ତିଆରିରେ ବିଳମ୍ବ ହେଉଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ପ୍ରଶାସନ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଚୈତନ୍ୟ ନାଏକ, ଗଙ୍ଗାଧର ସରାବ, ଜୟସିଂ ନାଏକ, ଗୁପ୍ତେଶ୍ୱର ନାଏକ, ଜୟଲାଲ ନାଏକ, ଈଶ୍ୱର ଶବର, ଘନଶ୍ୟାମ ନାଏକ, ଜିତୁ ସରାବ ସମେତ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri